ଜଳୁଛି ସାରକୁଣ୍ଡା ସଂରକ୍ଷିତ ଜଙ୍ଗଲ, ନିଆଁ ମାଡ଼ି ଚାଲିଛି

ଭୁବନେଶ୍ବର,୨୭ା୪:ଗତ ୫ ଦିନ ହେବ ପ୍ରବଳ ଗ୍ରୀଷ୍ମ ପ୍ରଭାବ ଯୋଗୁ ଶିମିଳିପାଳ ଜଙ୍ଗଲରେ ଲାଗିଥିବା ନିଆଁ ଲିଭିବାର ନାଁ ଧରୁନି । ଶିମିଳିପାଳ ଉତ୍ତର ଜୋନ୍ ବନ୍ୟପ୍ରାଣୀ ବନଖଣ୍ଡ ଅଧୀନରେ ୨୨ଟି ଏବଂ ଦକ୍ଷିଣ ବନ୍ୟପ୍ରାଣି ବନଖଣ୍ଡର ୧୩ଟି ସ୍ଥାନରେ ନିଆଁ ଲାଗିଥିବା ଆଞ୍ଚଳିକ ମୂଖ୍ୟ ବନ୍ୟପ୍ରାଣି ସଂରକ୍ଷକ ସୂଚନା ଦେଇଛନ୍ତି । ଫାୟାର ସ୍କ୍ୱାଡ୍, ବନ କର୍ମଚାରୀ ନିଆଁକୁ ଆୟତ କରିବାକୁ ପ୍ରୟାସ ଜାରି ରଖିଛନ୍ତି । ରାଜ୍ୟରେ ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବା ବେଳେ ହିଟ୍ୱେଭ୍ ଦେଖିବାକୁ ମିଳିଛି । ଦିନ ବେଳେ ନିଆଁ ଲାଗିବା ପଏଣ୍ଟ ଅଧିକ ହେଉଥିବା ସୂଚନା ମିଳିଛି । ନିଆଁ ଲିଭେଇବା ପାଇଁ ବନ ବିଭାଗ କର୍ମଚାରୀ ଏବଂ ଓଡ୍ରାଫ ଟିମ୍‌ ସାମିଲ ଅଛନ୍ତି । ଶିମିଳିପାଳରେ ନିଆଁ ଲାଗିବା ଯୋଗୁଁ ବନ୍ୟଜନ୍ତୁ ଏବଂ ବହୁ ମୂଲ୍ୟବାନ ଗଛ ସହ ଔଷଧୀୟ ଗଛ ଏବେ ବିପଦରେ । ଶିମିଳିପାଳ ଅଭୟାରଣ୍ୟରେ ୨୮୪ଟି ସ୍ଥାନରେ ସଚେତନତା କାର୍ଯ୍ୟକ୍ରମ ସତ୍ତ୍ୱେ ନିଆଁକୁ ରୋକି ପାରୁନି ବନବିଭାଗ । ନିଆଁ ଲିଭାଇବା ପାଇଁ ପାଖାପାଖି ୩୦୦ ସ୍କ୍ୱାର୍ଡ ଗଠନ କରାଯାଇଛି । ଏଥିରେ ସ୍ଥାୟୀ ଏବଂ ଅସ୍ଥାୟୀ ୧ ହଜାରରୁ ଅଧିକ କର୍ମଚାରୀ ସାମିଲ ହୋଇଛନ୍ତି । ତଥାପି ନିଆଁକୁ ଆୟତ୍ତ କରାଯାଇ ପାରୁନି ।ଦୁଇ ଦିନ ହେଲାଣି ଜଳୁଛି ସାରକୁଣ୍ଡା ସଂରକ୍ଷିତ ଜଙ୍ଗଲ । ବରସୁଆଁ ବନାଞ୍ଚଳ ଅଧୀନ ସାରକୁଣ୍ଡା ସଂରକ୍ଷିତ ଜଙ୍ଗଲରେ ନିଆଁ ଲାଗିଯିବା ଫଳରେ ବହୁ ମୂଲ୍ୟବାନ ଗଛ ଜଳିଯିବା ସହ ଅନେକ ଜୀବଜନ୍ତୁଙ୍କ ପ୍ରାଣ ବିପଦରେ । ନିଆଁର ପ୍ରକୋପ ଏତେ ଅଧିକ ରହିଛି ଯେ ଅନେକ ଦୂରକୁ ଏହା ସ୍ପଷ୍ଟ ଭାବେ ଦେଖାଯାଉଛି । ତେବେ ଦୁଇ ଦିନ ହେଲା ନିଆଁ ଲାଗିବା ଫଳରେ ଜଙ୍ଗଲ ନିକଟରେ ଥିବା ଗାଁ ଗୁଡ଼ିକ ମଧ୍ୟ ଧୁଆଁମୟ ହୋଇଛି । ବନ ବିଭାଗ ଏଥିପ୍ରତି ଦୃଷ୍ଟି ଦେଉନଥିବା ଅଭିଯୋଗ ହୋଇଛି ।ଦୁଇ ଦିନ ହେଲାଣି ଜଳୁଛି ସାରକୁଣ୍ଡା ସଂରକ୍ଷିତ ଜଙ୍ଗଲ । ବରସୁଆଁ ବନାଞ୍ଚଳ ଅଧୀନ ସାରକୁଣ୍ଡା ସଂରକ୍ଷିତ ଜଙ୍ଗଲରେ ନିଆଁ ଲାଗିଯିବା ଫଳରେ ବହୁ ମୂଲ୍ୟବାନ ଗଛ ଜଳିଯିବା ସହ ଅନେକ ଜୀବଜନ୍ତୁଙ୍କ ପ୍ରାଣ ବିପଦରେ । ନିଆଁର ପ୍ରକୋପ ଏତେ ଅଧିକ ରହିଛି ଯେ ଅନେକ ଦୂରକୁ ଏହା ସ୍ପଷ୍ଟ ଭାବେ ଦେଖାଯାଉଛି । ତେବେ ଦୁଇ ଦିନ ହେଲା ନିଆଁ ଲାଗିବା ଫଳରେ ଜଙ୍ଗଲ ନିକଟରେ ଥିବା ଗାଁ ଗୁଡ଼ିକ ମଧ୍ୟ ଧୁଆଁମୟ ହୋଇଛି । ବନ ବିଭାଗ ଏଥିପ୍ରତି ଦୃଷ୍ଟି ଦେଉନଥିବା ଅଭିଯୋଗ ହୋଇଛି ।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!