୨୮ରେ ରାଜ୍ୟ ପ୍ରଚାର ମୈଦାନରେ ରାହୁଲ ଓ ନଡ୍ଡା

ଭୁବନେଶ୍ୱର,୨୭।୪: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ତାରିଖ ପାଖେଇ ଆସୁଥିବେଳେ ଆସନ୍ତାକାଲି ହେବ ହାଇଭୋଲଟେଜ ପ୍ରଚାର ଟକ୍କର । କାଲି ରାଜ୍ୟରେ ଦୁଇ ହେଭିୱେଟ କରିବେ କ୍ୟାଂପେନ । ଆସନ୍ତାକାଲି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ପ୍ରଚାର ପାଇଁ ଆସୁଥିବା ବେଳେ ରାହୁଲ ଗାନ୍ଧିଙ୍କର ବି ରାଜ୍ୟରେ ପ୍ରଚାର କାର୍ଯ୍ୟକ୍ରମ ରହିଛି ।ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆସନ୍ତାକାଲି ଭୁବନେଶ୍ୱର ବିମାନ ବନ୍ଦରରେ ଅପରାହ୍ଣ ୪ଟା ୩୦ରେ ପହଞ୍ଚିବେ। ବିମାନବନ୍ଦରରୁ ସିଧା ସଳଖ ସ୍ୱତନ୍ତ୍ର ବିମାନରେ ବ୍ରହ୍ମପୁର ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ ଯିବେ। ସାଢେ ୫ଟାରେ ଆମ୍ବପୁଆ ଠାରେ ସାଧାରଣ ସଭାରେ ଯୋଗ ଦେବେ ନଡ୍ଡା। ପରେ ସଂଧ୍ୟା ୬ଟା ୪୫ରେ କାର୍ଯ୍ୟକର୍ତ୍ତା ବୈଠକରେ ଯୋଗ ଦେବେ। ଏହି ବୈଠକରେ ବ୍ରହ୍ମପୁର, ଆସ୍କା, ନବରଙ୍ଗପୁର ଓ କୋରାପୁଟର କାର୍ଯ୍ୟକର୍ତ୍ତା ମାନେ ଯୋଗ ଦେବେ। ତେବେ ନଡ୍ଡା ବ୍ରହ୍ମପୁରରେ ରାତ୍ରି ରହଣୀ କରି ପର ଦିନ ସକାଳେ ଦିଲ୍ଲୀ ଫେରିବା କାର୍ଯ୍ୟକ୍ରମ ରହିଛି।ସେହିପରି ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧି। ସେ ଦିନ ୧୧ଟା ୩୦ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ। ଏହାପରେ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ କଟକର ସତ୍ୟଭାମାପୁର ଯିବେ। ସେଠାରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ସତ୍ୟଭାମାପୁରରୁ ହେଲିକପ୍ଟର ଯୋଗେ ସାଲେପୁର ଯିବେ। ଦିନ ୧୨ଟା ୨୫ରୁ ୧ଟା ୪୫ ଯାଏଁ ସାଲେପୁରରେ ସାଧାରଣ ସଭାରେ ଯୋଗଦେବେ। ଏହାପରେ ଭୁବନେଶ୍ୱର ଫେରିବାର କାର୍ଯ୍ୟକ୍ରମ ରହିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!