ବିଜେଡିର ଅଷ୍ଟମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା

ଭୁବନେଶ୍ବର,୨୭।୪: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଅଷ୍ଟମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା କରିଛି ବିଜୁ ଜନତା ଦଳ। ସୁପ୍ରିମୋ ନବୀନ ପଟ୍ଟନାୟକ ଅଷ୍ଟମ ପର୍ଯ୍ୟାୟରେ ୩ ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି।ଭୋଗରାଇ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ଗୌତମବୁଦ୍ଧ ଦାସଙ୍କୁ ପ୍ରାର୍ଥୀ କରାଯାଇଛି। ସେହିପରି ଖୋର୍ଦ୍ଧା ବିଧାନସଭା ଆସନ ପାଇଁ ରାଜେନ୍ଦ୍ର ସାହୁ ଏବଂ ବେଗୁନିଆ ବିଧାନସଭା ଆସନ ପାଇଁ ପ୍ରଦୀପ ସାହୁଙ୍କୁ ବିଜେଡି ଟିକଟ ଦେଇଛି।ବିଜେଡି ପକ୍ଷରୁ ଘୋଷଣା କରାଯାଇଥିବା ୩ଟି ଆସନରୁ ୨ ବିଧାୟକଙ୍କ ଟିକଟ କଟିଛି। ଖୋର୍ଦ୍ଧା ବିଧାୟକ ଜ୍ୟୋତିରିନ୍ଦ୍ର ନାଥଙ୍କ ଟିକଟ କଟିଥିବାବେଳେ ଭୋଗରାଇ ବିଧାୟକ ଅନନ୍ତ ଦାସଙ୍କ ଟିକଟ କଟିଲା। ନିଜ ପୁଅ ପାଇଁ ଟିକଟ ଲବି କରୁଥିଲେ ଅନନ୍ତ ଦାସ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!