ଭୁଶୁଡ଼ିଲା ନିର୍ମାଣାଧୀନ କୋଠାର ଛାତ , ୩ ଶ୍ରମିକ ଆହତ

ପୁରୀ,୨୮।୪: ପୁରୀ ରେଳ ଷ୍ଟେସନରେ ଅଘଟଣ । ଭୁଶୁଡ଼ିଲା ପୁରୀ ରେଳଷ୍ଟେସନରେ ନିର୍ମାଣାଧୀନ ଛାତ । ପୁରୀ ରେଲୱେ ଷ୍ଟେସନରେ ନିର୍ମାଣାଧୀନ କୋଠାର ଛାତ ଭୁଶୁଡି ୩ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। କିଛି ଶ୍ରମିକ ଫସିରହିଥିବା ଅନୁମାନ କରାଯାଉଛି।   ଦୁର୍ଘଟଣାରେ ତିନି ଜଣ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି । ପୁରୀରେ ବିଶ୍ୱସ୍ତରୀୟ ରେଳ ଷ୍ଟେସନ ପାଇଁ କାମ ଚାଲିଥିବା ବେଳେ ଅଘଟଣ । ଆଜି ସକାଳ ପୁରୀ ରେଲୱେ ଷ୍ଟେସନରେ ନବନିର୍ମିତ କୋଠାର ଛାତ ପଡ଼ୁଥିଲା। ୬ରୁ ୭ ଜଣ ଶ୍ରମିକ ଏହି କାମରେ ନିୟୋଜିତ ଥିଲେ। ହଠାତ୍ ଛାତଟି ଭୁଶୁଡ଼ି ପଡ଼ିବାରୁ ଶ୍ରମିକମାନେ ତା’ତଳେ ଚାପି ହୋଇ ରହିଯାଇଥିଲେ। ଅଗ୍ନିଶମ ବାହିନୀର କର୍ମଚାରୀ ପହଞ୍ଚି ୪ଜଣ ଶ୍ରମିକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ। ସେମାନଙ୍କୁ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଅନ୍ୟ ଶ୍ରମିକମାନେ ଚାପି ହୋଇରହିଥିବା ଆଶଙ୍କା କରାଯାଉଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!