ରେକର୍ଡ ଭାଙ୍ଗୁଛି ତାପମାତ୍ରା : ଟ୍ବିନ୍‌ ସିଟିକୁ ରେଡ୍‌ ଆଲର୍ଟ

ଭୁବନେଶ୍ୱର,୨୮ା୪ : ତାତିରେ ସିଝୁଛି ସାରା ଓଡ଼ିଶା। ରେକର୍ଡ ଭାଙ୍ଗୁଛି ଚଳିତ ବର୍ଷର ଏପ୍ରିଲ ମାସର ତାପମାତ୍ରା । ରାଜ୍ୟବାସୀଙ୍କୁ କଲବଲ କରୁଛି ଅସହ୍ୟ ତାତି । ସ୍ଥିତି ଏମିତି ହେଲାଣି ଯେ, ବାହାରକୁ ବି ବାହାରିବା ମୁସ୍କିଲ ହୋଇଗଲାଣି। ପଶ୍ଚିମ ଓ ଉତ୍ତର ପଶ୍ଚିମ ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆଗକୁ କୌଣସି ବଡ଼ ବର୍ଷାର ସମ୍ଭାବନା ନଥିବା ବେଳେ ମେ ମାସ ଦ୍ୱିତୀୟ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟରେ ଏହିଭଳି ଉଷ୍ମଦିନ ସ୍ଥିତି ଲାଗି ରହିବ । ଖାଲି ସେତିକି ନୁହେଁ ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର କିଛି କିଛି ସ୍ଥାନରେ ଦିନ ତାପମାତ୍ରାରେ ଆହୁରି ୨ଡିଗ୍ରୀ ଯାଏଁ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଯାହା ପ୍ରଭାବରେ ଆଗାମୀ ୪ ରୁ ୫ ଦିନ ଯାଏଁ ରାଜ୍ୟର କିଛି ଜିଲ୍ଲାରେ ଉଷ୍ମ ପାଣିପାଗ ସ୍ଥିତି ଜାରି ରହିବା ସହ କିଛି ଜିଲ୍ଲାରେ ଭୀଷଣ ଗ୍ରୀଷ୍ମପ୍ରବାହରୁ ଗ୍ରୀଷ୍ମ ପ୍ରବାହ ସ୍ଥିତି ଲାଗି ରହିବ ।  ଭୁବନେଶ୍ୱର ଓ କଟକରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରବିବାର ଟ୍ବିନ୍‌ ସିଟିକୁ ରେଡ୍‌ ଆଲର୍ଟ ଜରି କରାଯାଇଛି।ରାଜ୍ୟର ଉତ୍ତର ଓଡ଼ିଶା ଏବଂ ପଶ୍ଚିମ ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ସ୍ଥିତି ଅଧିକ ରହିବା ସହ ଅନ୍ୟାନ୍ୟ ଜିଲ୍ଲାରେ ମଧ୍ୟ ଆଦ୍ରତା ରହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ଆବଶ୍ୟକ ନଥିଲେ ଦିନ ୧୧ଟାରୁ ୩ ଟା ମଧ୍ୟରେ ଘରୁ ବାହାରିବାକୁ ପାଣିପାଗ ବିଭାଗ ପକ୍ଷରୁ ବାରଣ କରାଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!