ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଭୋଟ୍ ,ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର,୨୯ା୪: ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ସମ୍ବଲପୁର , କେନ୍ଦୁଝର, ଢେଙ୍କାନାଳ, କଟକ , ପୁରୀ , ଭୁବନେଶ୍ଵର ଲୋକସଭା ଆସନ ଓ ଏହା ଅଧିନରେ ଥିବା ୪୨ଟି ବିଧାନସଭା ଆସନରେ ମେ ୨୫ ତାରିଖରେ ନିର୍ବାଚନ ହେବ । ଏସବୁ ଆସନ ପାଇଁ ଆଜିଠୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହୋଇ ମେ ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ମେ ୭ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବ । ମେ ୯ ତାରିଖ ସୁଦ୍ଧା ପ୍ରାର୍ଥୀ ପତ୍ର ପ୍ରତ୍ୟାହାର ହୋଇପାରିବ। ଏହି ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ମୋଟ୍ ୯୪ ଲକ୍ଷ ୪୧ ହଜାର ୭୭୯ ଜଣ ଭୋଟର ଥିବାବେଳେ ଏଥିରେ ୪୮ ଲକ୍ଷ ୨୬ ହଜାର ୩୭୫ ଜଣ ପୁରୁ​‌ଷ ଓ ୪୬ ଲକ୍ଷ ୧୪ ହଜାର ୧୩୪ ଜଣ ମହିଳା ଭୋଟର ରହିଛନ୍ତି। ଏହି ପର୍ଯ୍ୟାୟରେ ପ୍ରାୟ ସମସ୍ତ ସିଟରେ ସମସ୍ତ ଦଳର ହେଭିଓ୍ବେଟ୍ ନିର୍ବାଚନ ଲଢୁଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!