ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଭି ଶ୍ରୀନିବାସ ପ୍ରସାଦଙ୍କ ପରଲୋକ

ନୂଆଦିଲ୍ଲୀ,୨୯ା୪:ବିଜେପି ସାଂସଦ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଭି ଶ୍ରୀନିବାସ ପ୍ରସାଦଙ୍କ ପରଲୋକ। ଗତକାଲି ରାତିରେ ବେଙ୍ଗାଲୁରୁର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ବୟସ ହୋଇଥିଲା। କର୍ଣ୍ଣାଟକର ଚାମରାଜନଗର ସାଂସଦ ଥିଲେ ଶ୍ରୀନିବାସ ପ୍ରସାଦ। ପାଞ୍ଚ ଦଶନ୍ଧି ଧରି ରାଜନୈତିକ ଯାତ୍ରା ପରେ ମାର୍ଚ୍ଚ ୧୮ରେ ସେ ନିର୍ବାଚନ ରାଜନୀତିରୁ ଅବସର ନେବାକୁ ନିଷ୍ପତ୍ତି ନେଇଥିଲେ।ପ୍ରସାଦ ୧୯୯୯ରୁ ୨୦୦୪ ପର୍ଯ୍ୟନ୍ତ ଅଟଳ ବିହାରୀ ବାଜପେୟୀ ସରକାରରେ ଉପଭୋକ୍ତା ବ୍ୟାପାର ଖାଦ୍ୟ ଏବଂ ଜନ ବଣ୍ଟନ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ। ପରେ ସେ କଂଗ୍ରେସରେ ଯୋଗ ଦେଇଥିଲେ। ୨୦୧୩ରେ ବିଧାୟକ ଭାବରେ ନିର୍ବାଚିତ ହୋଇଥିଲେ ଏବଂ ସିଦ୍ଧରମୈୟା ସରକାରରେ ରାଜସ୍ୱ ମନ୍ତ୍ରୀ ହୋଇଥିଲେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!