ମେ’ ୩ରେ ରାୟଗଡ଼ା ଆସିବେ ରାହୁଲ

ଭୁବନେଶ୍ୱର,୨୯।୪: ମେ’ ୩ ତାରିଖରେ ରାୟଗଡ଼ା ଆସିବେ ରାହୁଲ ଗାନ୍ଧୀ। ରାୟଗଡା ଆସି କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ । ତେବେ ଏନେଇ ରାଜ୍ୟ କଂଗ୍ରେସ ପ୍ରଭାରୀ ଏନେଇ ସୂଚନା ଦେଇଛନ୍ତି । ଖାଲି ସେତିକି ନୁହେଁ ୫ ତାରିଖ କିମ୍ବା ୯ ତାରିଖରେ ପ୍ରିୟଙ୍କା ଗାନ୍ଧୀ ମଧ୍ୟ ଓଡିଶା ଆସିବେ । ନବରଙ୍ଗପୁରରେ ପ୍ରିୟଙ୍କା ଗାନ୍ଧୀ ନିର୍ବାଚନୀ ସଭା କରିବେ ବୋଲି ସୂଚନା ମିଳିଛି । ତେବେ ରାହୁଲ ଗାନ୍ଧୀଙ୍କ ସହିତ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ମଧ୍ୟ ଓଡିଶା ଆସିବେ ବୋଲି ଜଣାପଡିଛି ।ରାହୁଲ ଏପ୍ରିଲ ୨୮ରେ ଓଡ଼ିଶା ଆସିଥିଲେ। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ। ମଧୁବାବୁଙ୍କ ଜୟନ୍ତୀ ଉପଲକ୍ଷେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ରାହୁଲ। ଏହାପରେ କସ୍ତୁରବା ଆଶ୍ରମ ଯାଇ ସେଠାରେ ଛାତ୍ରୀଛାତ୍ରଙ୍କୁ ଭେଟିବା ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ। ସତ୍ୟଭାମାପୁରରେ କିଛି ସମୟ ବିତାଇବା ପରେ ରାହୁଲ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ସାଲେପୁରର କୁଳିଆରେ ପହଞ୍ଚିଥିଲେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!