ପ୍ରାର୍ଥିପତ୍ର ଦାଖଲ କଲେ ରାଜନାଥ ସିଂ

ଲକ୍ଷ୍ନୌ,୨୯ା୪: କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ସୋମବାର ତାଙ୍କର ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି। ବିଶାଳ ଶୋଭାଯାତ୍ରାରେ ଆସି ରାଜନାଥ ସିଂ ତାଙ୍କର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଆଜି ସ୍ମୃତି ଇରାନୀ ମଧ୍ୟ ତାଙ୍କର ପ୍ରାର୍ଥିପତ୍ର ଦାଖଲ କରିବେ।  ଏଥିମଧ୍ୟରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଲକ୍ଷ୍ନୌ ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ଭାବେ ଆଜି ନାମାଙ୍କନ ଦାଖଲ କରିଛନ୍ତି । ଏହି ସମୟରେ ତାଙ୍କ ସହ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ ସହ ଦଳର ଅନ୍ୟ ବରିଷ୍ଠ ନେତା ଉପସ୍ଥିତ ଥିଲେ । ଏନେଇ ଏଏନ୍ଆଇ ‘ଏକ୍ସ’ରେ ଏକ ଭିଡ଼ିଓ ଶେୟାର କରିଛି ।ଲକ୍ଷ୍ନୌ ଆସନକୁ ବିଜେପିର ଗଡ଼ ଭାବେ ବିବେଚିତ କରାଯାଇଛି । ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ମଧ୍ୟ ଏହି ଆସନରୁ ୧୯୯୧, ୧୯୯୬, ୧୯୯୮, ୧୯୯୯ ଏବଂ ୨୦୦୪ରେ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ । ପରେ ୨୦୦୯ରେ ଏହି ଆସନରୁ ବିଜେପିର ଲାଲଜୀ ଟଣ୍ଡନ ବିଜୟ ହାସଲ କରିଥିଲେ । କହିରଖୁଛୁ ନାମାଙ୍କନ ଦାଖଲ କରିବା ପୂର୍ବରୁ ରାଜନାଥ ସିଂ ଲକ୍ଷ୍ନୌରେ ରୋଡ୍ ଶୋ କରିଥିଲେ । ପରେ ଲକ୍ଷ୍ନୌ ସ୍ଥିତ ହନୁମାନ ମନ୍ଦିରକୁ ଯାଇ ଠାକୁରଙ୍କ ଦର୍ଶନ ସହ ବିଜୟ ଆଶା ନେଇ ଆଶୀର୍ବାଦ ଲୋଡ଼ିଥିଲେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!