ଡାବୁଗାଁ ଅବକାରୀ ବିଭାଗ ଚଢାଉ , ୧ ଗିରଫ

ଡାବୁଗାଁ(ମିହିର ଶଙ୍କର ପାତ୍ର),୨୯ା୪ :- ନବରଙ୍ଗପୁର ଜିଲାର ଜିଲାପାଳ ଡ. କମଳ ଲୋଚନ ମିଶ୍ର ଓ ଜିଲା ଅବକାରୀ ଅଧିକ୍ଷକ ଅଭିରାମ ବେହେରା ଙ୍କ ନିର୍ଦ୍ଦେଶ କ୍ରମେ ଅବକାରୀ ବିଭାଗ, ପୋଲିସ ବିଭାଗ ଓ ମାଜିଷ୍ଟ୍ରେଟ ଭାବେ ସ୍ଥାନୀୟ ତହସିଲଦାର ହରିଓମ ଭୋଇ ଙ୍କ ଉପସ୍ଥିତିରେ ମିଳିତ ଭାବେ ଡାବୁଗାଁ ବ୍ଲକ ଅଧୀନ ବିଭିନ୍ନ ଗ୍ରାମରେ ସୋମବାର ଚଢାଉ କରାଯାଇଥିଲା | ଫୁଲଭଟ୍ଟା ଗ୍ରାମର ବନବାସୀ ବିଶୋଇ ଙ୍କ ଘରେ ଚଢାଉ କରି ୧୫ ଲିଟର ଦେଶୀ ମଦ ଜବତ କରଯାଇଥିଲା | ଏହି ଚଢାଉ ସମୟରେ ବନବାସୀ ବିଶୋଇ ହଠାତ ଏକ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ମହିଳା ଅବକାରୀ କର୍ମଚାରୀଙ୍କୁ ଆହତ କରିଥିଲେ | ପରେ ବନବାସୀ ବିଶୋଇ (୪୪) କୁ ଗିରଫ କରଜିଥିଲା | ଅପରାହ୍ନରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଛି | ଏହି ଚଢାଉରେ ଅବକାରୀ ଇଉପିଏ ନିରିକ୍ଷକ ବୁଲୁ ପାତ୍ର, ସହ ଉପନିରିକ୍ଷକ ସୁରେନ୍ଦ୍ର କୁମାର ପଣ୍ଡା, କର୍ମଚାରୀ ନାରାୟଣ ମୁଦୁଲି ଓ ଶ୍ରୀକାନ୍ତ ବିଶୋୟୀ , ପୋଲିସ କର୍ମଚାରୀ ପ୍ରମୁଖ ସାମିଲ ଥିଲେ | ଏନେଇ ଡାବୁଗାଁ ଅବକାରୀ କାର୍ଯ୍ୟ|ଳୟ କେସ ନଂ ୧୯/୨୦୨୪-୨୫ ରେ ଏକ ମାମଲା ରୁଜୁ କରାଯାଇଛି |

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!