ରାଜଧାନୀରେ ଏୟାରପୋର୍ଟରୁ ଜବତ ହେଲା ୭୫ଲକ୍ଷ

ଭୁବନେଶ୍ୱର,୩୦।୪:ସାଧାରଣ ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ବିଭିନ୍ନ ସ୍ଥାନରୁ ପୁଳାପୁଳା ଟଙ୍କା ଜବତ କରାଯାଉଛି।    ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ମଙ୍ଗଳବାର ପୁଳାପୁଳା ଟଙ୍କା ଜବତ ହୋଇଛି। ଏହା ୭୫ ଲକ୍ଷରୁ ଅଧିକ ହେବ ବୋଲି ଜଣାପଡିଛି। ନିର୍ବାଚନ ସମୟରେ ଜବତ ହୋଇଛି ୭୫ ଲକ୍ଷ ଟଙ୍କା । ଦୁଇଜଣ ବ୍ୟକ୍ତିଙ୍କ ଲଗେଜରୁ ଏହି ଟଙ୍କା ଜବତ କରାଯାଇଛି। ଭୁବନେଶ୍ୱର ବିମାନ ବନ୍ଦରରେ ଲଗେଜ ସ୍କାନିଂ ବେଳେ ଏତେ ପରିମାଣର ଟଙ୍କା ଥିବା ଜଣାପଡିଥିଲା। ଟ୍ରଲି ବ୍ୟାଗରେ ଭର୍ତ୍ତି ହୋଇ ରହିଥିବା ଟଙ୍କାଙ୍କୁ ଜବତ କରିଛି ଆୟକର ବିଭାଗ।ଜଣେ ବ୍ୟକ୍ତି ଦିଲ୍ଲୀରୁ ଆସୁଥିବା ବେଳେ ଆଉ ଜଣେ ଚେନ୍ନାଇରୁ ଭୁବନେଶ୍ୱର ଆସୁଥିଲେ। ବିମାନ ବନ୍ଦରରେ ଲଗେଜେ ସ୍କାନିଂ ବେଳେ ବ୍ୟାଗରେ ଟଙ୍କା ଥିବା ଜଣାପଡିଥିଲ॥ ପୁଲିସ ଦୁଇଟି ଲଗେଜରୁ ୭୫ଲକ୍ଷ ଟଙ୍କା ନଗଦ ଜବତ କରିଛି।କେଉଁଠୁ ଓ କ’ଣ ପାଇଁ ଏତେ ଟଙ୍କା ଆସିଥିଲା ତାର ତଦନ୍ତ କରୁଛି ଆୟକର ବିଭାଗ। ଆଗକୁ ନିର୍ବାଚନ ଥିବା ବେଳେ ଏତେ ପରିମାଣର ଟଙ୍କା ଜବତ ହେବା ସନ୍ଦେହ ସୃଷ୍ଟି କରିଛି। ଜଣେ ପ୍ରତିଷ୍ଠିତ ବ୍ୟବସାୟୀଙ୍କର ଏହି ଟଙ୍କା ବୋଲି ସୂଚନା ମିଳିଛି । ଜବତ ହୋଇଥିବା ଟଙ୍କାକୁ ସିଜ କରି ଅଧିକ ତଦନ୍ତ କରୁଛି ଆୟକର ବିଭାଗ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!