ମାଲକାନଗିରି,,୩୦ା୪: ଛତିଶଗଡ ନାରାୟଣପୁର ଆବୁଜମାଡ ଜଙ୍ଗଲରେ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ। ଏହି ଏନକାଉଣ୍ଟରରେ ୪ ମାଓବାଦୀଙ୍କ ମୃତ୍ଯୁ ଘଟିଥିବା ସୂଚନା। ଡିଆରଜି ଏବଂ ଏସଟିଏଫର ମିଳିତ କମ୍ବିଂ ବେଳେ ମାଓବାଦୀଙ୍କ ସହ ମୁହାଁମୁହିଁ ହୋଇଥିଲା। ଗୁଳି ବିନିମୟରେ ୪ ନକ୍ସଲ ନିପାତ ହୋଇଛନ୍ତି। ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ ଜାରି ରହିଛି। ବିଭିନ୍ନ ଠିକଣାରେ ମାଓବାଦୀଙ୍କୁ ଯବାନମାନେ ଘେରି ରହିଛନ୍ତି। ଅପରେଶନ ସରିବା ପରେ ଘଟଣା ନେଇ ସ୍ପଷ୍ଟ ହେବ ବୋଲି ବସ୍ତର ଆଇଜି ପି.ସୁନ୍ଦର ରାଜ ସୂଚନା ଦେଇଛନ୍ତି।ମାଲକାନଗିରି ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲ୍ଲାରେ ନକ୍ସଲ ଏବଂ ପୁଲିସ ମଧ୍ୟରେ ଗୁଳିବିନିମୟ ଚାଲିଛି। ସକାଳ ୬ଟାରୁ ଆରମ୍ଭ ହୋଇଥିବା ଗୁଳିବିନିମୟ ବର୍ତ୍ତମାନ ମଧ୍ୟ ଚାଲିଛି। ବର୍ତ୍ତମାନ ସୁଦ୍ଧା ୪ ଜଣ ନକ୍ସଲଙ୍କ ମୃତ୍ୟୁ ହୋଇଥିବା ବେଳେ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ମାଓ ସାମଗ୍ରୀ ଜବତ କରାଯାଇଛି।ବିଶେଷ ସୂତ୍ରରୁ ଖବର ପାଇ ଡିଆରଜି ଓ ଏସ୍ଟିଫ ଟିମ ଚଢ଼ାଉ କରିଥିଲେ। ବସ୍ତର ଆଇଜି ସୁନ୍ଦରରାଜ ପି ଘଟଣା ଉପରେ ତୀକ୍ଷଣ ନଜର ରଖିଛନ୍ତି। ସନ୍ଧ୍ୟାରେ ସାମ୍ବାଦିକ ସମ୍ମିଳନୀରେ ସମସ୍ତ ଘଟଣାର ବିବରଣୀ ପ୍ରଦାନ କରାଯିବ ବୋଲି ପୁଲିସ କହିଛି। ଏସପି ରବିନସନ ଗୁରିୟା ଘଟଣା ସମ୍ପର୍କରେ ସ୍ପଷ୍ଟ କରିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |