ଆଜି ହିଞ୍ଜିଳିରୁ ନାମାଙ୍କନ ଭରିବେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର,,୩୦ା୪ : ଗଞ୍ଜାମ ଜିଲ୍ଲାର ହିଞ୍ଜିଳି ବିଧାନସଭା ଆସନରୁ ଆଜି ନାମାଙ୍କନ ଦାଖଲ କରିବେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।  ଚଳିତ ନିର୍ବାଚନରେ ନବୀନ ପୁଣିଥରେ ହିଞ୍ଜିଳିରୁ ପାର୍ଥୀ ହୋଇଛନ୍ତି।  ମା ତାରାତାରିଣୀଙ୍କ ପୀଠରେ ପହଞ୍ଚିବା ପରେ ମାଙ୍କ ଦର୍ଶନ କରିବା ସହ ଆଶୀର୍ବାଦ ନେଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସକାଳ ୧୦ଟା ୨୦ମିନିଟରେ ନବୀନ ଭୁବନେଶ୍ୱର ଏୟାରପୋର୍ଟରୁ ହିଞ୍ଜିଳି ଅଭିମୁଖେ ଯାତ୍ରା କରିଥିଲେ। ୧୧ଟା ୧୫ରେ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିଥିଲେ ନବୀନ। ଏହାପରେ ସେଠାରୁ ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଉଛନ୍ତି ନବୀନ। ହିଞ୍ଜିଳି ପାଇଁ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ। ହିଞ୍ଜିଳିରୁ ଷଷ୍ଠ ଥର ପାଇଁ ପ୍ରାର୍ଥୀପତ୍ର ଦାଖଲ କରିବେ ନବୀନ । ମୁଖ୍ୟମନ୍ତ୍ରୀଙ୍କ ସହ ୫ଟି ଅଧ୍ୟକ୍ଷ ତଥା ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ୍‌‌ ଉପସ୍ଥିତ ରହିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!