ଆଜିଠାରୁ ୩ ମାସ ବନ୍ଦ ରହିବ ଭିତରକନିକା

ରାଜନଗର,୧ା୫ : ମେ’ ପହିଲାରୁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ  ବନ୍ଦ । କୁମ୍ଭୀର ପ୍ରଜନନ ଋତୁକୁ ଦୃଷ୍ଟିରେ ରଖି ଆଜିଠାରୁ ୩ ମାସ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଜାତୀୟ ଉଦ୍ୟାନ । କୁମ୍ଭୀରମାନଙ୍କ ମିଳନ ପର୍ବ ଏବଂ ଅଣ୍ଡା ଦେବା ପ୍ରକ୍ରିୟାରେ ବାଧା ନ ଉପୁଜିବା ପାଇଁ ରାଜନଗର ବନଖଣ୍ଡ ପକ୍ଷରୁ ଜୁଲାଇ ୩୧ ଯାଏଁ ଭିତରକନିକା ବନ୍ଦ ରହିବ । ଏନେଇ ରାଜନଗର ବନଖଣ୍ଡ ଅଧିକାରୀ ନିର୍ଦ୍ଦେଶ ଜାରି କରିଛନ୍ତି ।  ପ୍ରଜନନ ଋତୁ ସମୟରେ ମାଆ କୁମ୍ଭୀର ଅଣ୍ଡା ଦେବା ସମୟରେ ଅଧିକ ହିଂସ୍ର ହୋଇ ଉଠିଥାଏ । ତେଣୁ ଦେଶ ବିଦେଶର ପର୍ଯ୍ୟଟକଙ୍କୁ ଭିତରକନିକା ଆସିବା ପାଇଁ ବାରଣ କରାଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!