ବିଶ୍ୱର ସବୁଠୁ ଉତ୍ତପ୍ତ ସହର ମଧ୍ୟରେ ଓଡ଼ିଶାର ୩

ଭୁବନେଶ୍ୱର, ୧ା୫  :ପ୍ରବଳ ଖରାରେ ଜଳୁଛି ସାରା ଓଡ଼ିଶା।   ପ୍ରବଳ ଖରାରେ ରାଜ୍ୟବାସୀ ସନ୍ତୁଳି ହେଉଛନ୍ତି।ଆସନ୍ତାକାଲି ଯାଏଁ ସିଭିୟର ହିଟ୍‌ୱେଭ୍ ପାଇଁ ରାଜ୍ୟ କିଛି ସ୍ଥାନରେ ରେଡ୍ ଆଲର୍ଟ ଜାରି ହୋଇଛି । ଆଜି ପାଇଁ ୧୧ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ହୋଇଛି। ସେହିଭଳି ହିଟ୍ ୱେଭ୍ ନେଇ ୮ ଜିଲ୍ଲାକୁ ଅରେଞ୍ଜ ଏବଂ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏପଟେ ରେକର୍ଡ ପରେ ରେକର୍ଡ ଭାଙ୍ଗୁଛି ଏପ୍ରିଲ୍ ତାତି । ଗତକାଲି ୧୫ ସହରର ତାପମାତ୍ରା ୪୪ ଡିଗ୍ରୀ ଉପରେ ରେକର୍ଡ ହୋଇଛି । ତାପମାତ୍ରାରେ ସର୍ବକାଳୀନ ରେକର୍ଡ କରିଛି ବାରିପଦା ସହର। ୪୬.୪ ଡିଗ୍ରୀ ସେଲସିୟସ ପାରଦ ରେକର୍ଡ ହୋଇଛି । ବାରିପଦାରେ ସର୍ବାଧିକ ୪୬.୪ ଡିଗ୍ରୀ, ବାଲେଶ୍ୱରରେ ୪୬ ଏବଂ ଭୁବନେଶ୍ୱରରେ ୪୫.୪ ଡିଗ୍ରୀ ସେଲସିୟସ୍‌ ଛୁଇଁଛି। ତେବେ ବାଲେଶ୍ୱରରେ ରେକର୍ଡ ହୋଇଥିବା ୪୬ ଡିଗ୍ରୀ ତାପମାତ୍ରା ଏପ୍ରିଲ ମାସର ସର୍ବୋଚ୍ଚ ଦିନ ତାପମାତ୍ରାର ସର୍ବକାଳୀନ ରେକର୍ଡ କରାଯାଇଛି। ମଙ୍ଗଳବାର ବିଶ୍ୱର ପ୍ରଥମ ୧୦ଟି ଉତ୍ତପ୍ତ ସହର ମଧ୍ୟରେ ଓଡ଼ିଶାର ୩ଟି ସହର ରହିଛି। ବାରିପଦା ଦ୍ୱିତୀୟ, ବାଲେଶ୍ୱର ତୃତୀୟ ଏବଂ ଭୁବନେଶ୍ୱର ଦଶମ ସ୍ଥାନରେ ରହିଥିଲା। ପ୍ରଥମ ସ୍ଥାନରେ ଓମାନ୍‌ର ଜୋବା ସହର ରହିଥିଲାବେଳେ ଏଠାରେ ତାପମାତ୍ରା ୪୯.୨ ଡିଗ୍ରୀ ସେଲ୍‌ସିୟସ ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ ସୋସିଆଲ ମିଡିଆ ‘ଏକ୍ସ’ରେ ସୂଚନା ଦେଇଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!