୬ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ଵର,,୧ା୫: ଆସନ୍ତା ୬ ତାରିଖରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସକାଳ ୧୦ଟାରେ ବ୍ରହ୍ମପୁରରେ ଜନସଭାକୁ ସମ୍ବୋଧନ କରିବେ। ଅପରାହ୍ନ ୧୨ଟା ୩୦ରେ ନବରଙ୍ଗପୁରରେ ଜନସଭା କରିବାର କାର୍ଯ୍ୟକ୍ରମ ରହିଛି।  ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର , ନେଇ ସୂଚନା ଦେଇଛନ୍ତି। ସେହିପରି ମେ ୪ ତାରିଖରେ କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର ଓଡିଶା ଆସିବେ । ସେଦିନ ସେ ବିଜେପି କାର୍ଯ୍ୟାଳୟରେ ବରି​‌ଷ୍ଠ ନେତୃବୃନ୍ଦଙ୍କ ସହିତ ଆଲୋଚନା ପରେ ସନ୍ଧ୍ୟାରେ ଏକ ଘରୋଇ ହୋଟେଲରେ ବୁଦ୍ଧିଜୀବୀ ସମ୍ମିଳନୀରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!