ଆଜି କଣ୍ଟାବାଞ୍ଜିରୁ ନାମାଙ୍କନ ଭରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟାକ ଗୁରୁବାର କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ପ୍ରାଥିପତ୍ର ଦାଖଲ କରିବେ ବୋଲି ଖବର ରହିଛି। ଏହା ନବୀନଙ୍କ ଦ୍ୱିତୀୟ ନିର୍ବାଚନ କ୍ଷେତ୍ର। ଏହି ଆସନରୁ ପ୍ରଥମ ଥର ପାଇଁ ସେ ପ୍ରାର୍ଥିପତ୍ର ଦାଖଲ କରିବେ। ଏହା ପୂର୍ବରୁ ସେ  ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରି ସାରିଛନ୍ତି । ଗୁରୁବାର ହେଲିକପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ   ଟିଟିଲାଗଡ଼ରେ ପହଞ୍ଚିବା ପରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ନାମାଙ୍କନ ଭରିବେ ନବୀନ। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ନାମାଙ୍କନପତ୍ର ଦାଖଲ ପାଇଁ ଜିଲ୍ଲା ପ୍ରଶାସନ ଓ ପୁଲିସ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!