ରାମ ଲାଲାଙ୍କ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୨।୫:ଅଯୋଧ୍ୟା ମନ୍ଦିର ପ୍ରତିଷ୍ଠା ପରେ ପ୍ରଥମ ଥର ପାଇଁ ରାମଲଲାଙ୍କ ଦର୍ଶନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନବନିର୍ମିତ ମନ୍ଦିର ଗର୍ଭଗୃହକୁ ଯାଇ ବାଳକ ରାମଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରିବା ସହ ଆରତୀ କରିଛନ୍ତି ରାଷ୍ଟ୍ରପତି। ଏଥିସହ ସେ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି ।ରାଷ୍ଟ୍ରପତିଙ୍କ ଦର୍ଶନ ଅବସରରେ ରାମ ମନ୍ଦିରର ମୁଖ୍ୟ ପୂଜକ ଆଚାର୍ଯ୍ୟ ସତ୍ୟେନ୍ଦ୍ର ଦାସ ଉପସ୍ଥିତ ଥିଲେ। ରାମ ମନ୍ଦିରରେ ଦର୍ଶନ ଓ ପୂଜାର୍ଚ୍ଚନା ପରେ, ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ପକ୍ଷରୁ ରାଷ୍ଟ୍ରପତିଙ୍କୁ ମନ୍ଦିରର ଏକ କ୍ଷୁଦ୍ର ପ୍ରତିକୃତି ଉପହାର ଦିଆଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!