ନୂଆଦିଲ୍ଲୀ,୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଫଟୋ କୋଭିଡ ଟୀକାକରଣ ପ୍ରମାଣପତ୍ରରୁ ହଟାଇ ଦିଆଯାଇଛି। କରୋନା ମହାମାରୀ ସମୟରେ ଟୀକାକରଣ ପରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା କୋୱିନ ସାର୍ଟିଫିକେଟ ମିଳୁଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀଙ୍କ ଫଟୋ ଥିଲା । ହେଲେ ଏବେ ସେହି ପ୍ରମାଣପତ୍ରରୁ ମୋଦୀଙ୍କ ଫଟୋ ହଟାଇ ଦିଆଯାଇଛି`|ବ୍ରିଟେନ ଅଦାଲତରେ କୋଭିସିଲ୍ଡ ଭ୍ୟାକ୍ସିନ ନିର୍ମାତା କମ୍ପାନି ଆଷ୍ଟ୍ରେଜେନିକା ଏହି ଭ୍ୟାକ୍ସିନର ପାର୍ଶ୍ବ ପ୍ରତିକ୍ରିୟା ବିଷୟ ସ୍ବୀକାର କରିବା ପରଠୁ ଭାରତରେ କୋଭିସିଲ୍ଡକୁ ନେଇ ଚର୍ଚ୍ଚା ଜୋର ଧରିଛି। ନିକଟରେ ସନ୍ଦୀପ ମନୁଧୋନେ ନାମକ ଜଣେ ପୂର୍ବତନ ଏକ୍ସ ବ୍ୟବହାରକାରୀ ତାଙ୍କ କୋଭିଡ ଟିକା ପ୍ରମାଣପତ୍ରର ଫଟୋ ସେୟାର କରି କହିଛନ୍ତି, ଏଥିରେ ପ୍ରଧାନମନ୍ତ୍ରୀଙ୍କ ଫଟୋକୁ ହଟାଇ ଦିଆଯାଇଛି`
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |