ଘସିପୁରାରୁ ସ୍ୱାଧୀନ ଲଢ଼ିବେ ସୌମ୍ୟ ପଟ୍ଟନାୟକ

ଭୁବନେଶ୍ୱର,୩।୫: ଘସିପୁରା ବିଧାନସଭା ଆସନରୁ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ। ଶୁକ୍ରବାର ଆନନ୍ଦପୁରରେ ସମର୍ଥକଙ୍କ ସହ ବୈଠକ ପରେ ତାଙ୍କ ନିଷ୍ପତ୍ତି ବିଷୟରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।ଘସିପୁରାରୁ ସ୍ୱାଧୀନ ପ୍ରାର୍ଥୀ ଭାବେ ଲଢ଼ିବେ ସୌମ୍ୟରଞ୍ଜନ ପଟ୍ଟନାୟକ। ସମର୍ଥକଙ୍କ ସହ ବୈଠକ ପରେ ସ୍ୱାଧୀନ ଭାବେ ଲଢ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ସମର୍ଥକଙ୍କ ଚାପରେ ନିଷ୍ପତ୍ତି ନେଇଥିବା କହିଛନ୍ତି ସୌମ୍ୟ। ସୌମ୍ୟ ବିଜେପିରୁ ଘସିପୁରା ପ୍ରାର୍ଥୀ ହୋଇପାରନ୍ତି ବୋଲି ଚର୍ଚ୍ଚା ଲାଗି ରହିଥିଲା, ମାତ୍ର ବିଜେପି ସେଠାରେ ଡଃ ଶମ୍ଭୁନାଥ ରାଉତଙ୍କୁ ଗତକାଲି ନିଜର ପ୍ରାର୍ଥୀ ଭାବେ ଘୋଷଣା କରିଥିଲା।ଆଜି ଆନନ୍ଦପୁରଠାରେ ନିଜର ସମର୍ଥକ ଓ ଶୁଭେଚ୍ଛୁଙ୍କ ସହ ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ ସୌମ୍ୟ କହିଛନ୍ତି ଯେ, ତାଙ୍କୁ ନିର୍ବାଚନ ଲଢ଼ିବା ପାଇଁ ଘସିପୁରାର ଲୋକମାନେ ପରାମର୍ଶ ଦେଇଛନ୍ତି । ସେ ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବେ । ଆସନ୍ତା ୬ତାରିଖରେ ସେ ନିଜର ପ୍ରାର୍ଥୀପତ୍ର ଦାଖଲ କରିବେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!