ଭୁବନେଶ୍ୱର,୩।୫ :IAS ସୁଜାତା ପାଣ୍ଡିଆନଙ୍କୁ ଅର୍ଥ ସ୍ୱତନ୍ତ୍ର ସଚିବ ଭାବେ ବଦଳି । ସୁଜାତା ପାଣ୍ଡିଆନଙ୍କୁ ଗତକାଲି ବଦଳି ନିର୍ଦ୍ଦେଶ ଦେଇଥିଲେ ECI । ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ। ଓଡ଼ିଶା କ୍ୟାଡର ଆଇଏଏସ ଅଫିସର ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତି କରାଯାଇଛି। ଅନ୍ୟପଟେ ବରିଷ୍ଠ ଆଇଏଏସ ଅଧିକାରୀ ଶାଲିନୀ ପଣ୍ଡିତଙ୍କୁ ମିଶନ ଶକ୍ତି ବିଭାଗର ଦାୟିତ୍ୱ ମିଳିଛି।ଭାଜପାର ଏକ ପ୍ରତିନିଧିମଣ୍ଡଳୀ ଗୁରୁବାର ଭାରତର ନିର୍ବାଚନ କମିଶନ(ଇସିଆଇ)ଙ୍କ ନିକଟରେ ଫେରାଦ ହେବା ପରେ ମିଶନ ଶକ୍ତି ସଚିବରୁ ସୁଜାତାଙ୍କୁ ବଦଳି କରିଥିଲେ ନିର୍ବାଚନ ଆୟୋଗ। ଏବେ ତାଙ୍କୁ ଅର୍ଥ ଭଳି ପ୍ରମୁଖ ବିଭାଗରେ ନିଯୁକ୍ତି ମିଳିଛି।କ୍ଷମତାର ଦୁରୁପଯୋଗ କରି ସ୍ବୟଂ ସହାୟକ ଗୋଷ୍ଠୀର ମହିଳାଙ୍କୁ ଧମକଚମକ ଦେଇ ବିଜେଡି ସପକ୍ଷରେ ଭୋଟ କରାଇବା ନିମନ୍ତେ ସୁଜାତା ପ୍ରୟାସ କରୁଛନ୍ତି ବୋଲି ଭାଜପା ଅଭିଯୋଗ କରିଥିଲା। ତାଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେଇ ତାଙ୍କୁ ନିର୍ବାଚନ ସରିବା ପର୍ଯ୍ୟନ୍ତ ସମସ୍ତ ସରକାରୀ କାର୍ଯ୍ୟରୁ ନିବୃତ୍ତ ରଖିବାକୁ ଭାଜପାର ସେଣ୍ଟ୍ରାଲ ଟିମ ଦାବି କରିଥିଲା। ସୁଜାତାଙ୍କ ବ୍ୟତୀତ ବରିଷ୍ଠ ଆଇଏଏସ ଅଧିକାରୀ ଶାଲିନୀ ପଣ୍ଡିତଙ୍କୁ ମିଶନ ଶକ୍ତି ବିଭାଗର ସଚିବ ଭାବେ ନିଯୁକ୍ତି କରାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |