କେନ୍ଦ୍ରାପଡ଼ା,,୩।୫: ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଲେ ଚକବନ୍ଦୀ କମିସନର ଅଫିସର ବରିଷ୍ଠ କିରାଣି। ବରିଷ୍ଠ କିରାଣି ଜିତେନ୍ଦ୍ର ସେନାପତି ଜମିଜମା ମାମଲାର ସମାଧାନ ଲାଗି ଜଣେ ମହିଳାଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଛନ୍ତି।ସୂଚନା ଅନୁଯାୟୀ ଆଜି ସକାଳେ ବରିଷ୍ଠ କିରାଣି ଜିତେନ୍ଦ୍ର ସେନାପତି କେନ୍ଦ୍ରାପଡ଼ା ବ୍ଲକ୍ ଶ୍ୟାମସୁନ୍ଦରପୁରର ଗାୟତ୍ରୀ ମିଶ୍ରଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ପୂର୍ବ ଯୋଜନା ମୁତାବକ ଆଗରୁ ସେଠାରେ ଛକି ରହିଥିବା ଭିଜିଲାନ୍ସ ଟିମ୍ ଜିତେନ୍ଦ୍ରଙ୍କୁ ମାଡ଼ିବସିଥିଲା। ତାଙ୍କଠାରୁ ୧୦ ହଜାର ଟଙ୍କା ବି ଜବତ କରାଯାଇଛି। ଏହାପରେ ବରିଷ୍ଠ କିରାଣି ଜିତେନ୍ଦ୍ର ସେନାପତିଙ୍କୁ ଗିରଫ କରିଛି ଭିଜିଲାନ୍ସ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |