ଭୁବନେଶ୍ୱର,୪।୫: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶନିବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଓଡ଼ିଶାରେ ବୈଦେଶିକ ମନ୍ତ୍ରୀ ଏସ୍.ଜୟଶଙ୍କର। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି ଜୟଶଙ୍କର। ତାଙ୍କର ଆଜି ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମ ରହିଛି । ଯେପରିକି ଏଡିଟର୍ସ ମିଟ, ବୁଦ୍ଧିଜୀବୀ ସମ୍ମିଳନୀ ପରେ ଏକ ସାମ୍ବାଦିକ ସମ୍ମିଳନୀ କରିବେ। ଆସନ୍ତାକାଲି ସକାଳେ କଟକ ଯାଇ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ। ପରେ ଅପରାହ୍ନରେ ସମ୍ବଲପୁରରେ ବୁଦ୍ଧିଜୀବୀ ସମ୍ମିଳନୀରେ ଯୋଗଦେବେ ।ଏସ୍ ଜୟଶଙ୍କର ଏହି ଦୁଇ ଦିନର ଗସ୍ତ ବେଳେ ଭୁବନେଶ୍ୱର, କଟକ ଓ ସମ୍ବଲପୁରରେ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବା ସହ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରି ଗୁରୁମନ୍ତ୍ର ଦେବେ।ଏଣୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍.ଜୟଶଙ୍କର। ଆଜି ଓ କାଲି ସେ ଦୁଇଦିନ ଓଡ଼ିଶାରେ ରହିବେ। ସେହିଭଳି ୫ତାରିଖ ଅପରାହ୍ନରେ ଆସିବେ BJP ଅଧ୍ୟକ୍ଷ ଜେପି ନଡ୍ଡା। ଭୁବନେଶ୍ୱରରେ ପ୍ରମୁଖ ନେତାଙ୍କ ସହ କରିବେ ଆଲୋଚନା। କଟକରେ ମଧ୍ୟ ନଡ୍ଡାଙ୍କ କାର୍ଯ୍ୟକ୍ରମ ରହିଥିବା ସୂଚନା ଦେଇଛନ୍ତି ଗୋଲକ ମହାପାତ୍ର।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |