ଭୁବନେଶ୍ୱର,୪।୫: ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କାଲି ରାତି ସାଢ଼େ ୯ଟାରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବେ। ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର ଆଜି ଏହି ସୂଚନା ଦେଇଛନ୍ତି।ଭୁବନେଶ୍ୱରରେ ପହଞ୍ଚିବା ପରେ ବିଜେପି ପକ୍ଷରୁ ମୋଦିଙ୍କୁ ଦିଆଯିବ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା। ହାଜର ହାଜର ସଂଖ୍ୟାର କର୍ମୀ ବିମାନ ବନ୍ଦର ବାହାରେ ମୋଦିଙ୍କୁ ସ୍ୱାଗତ କରିବେ। ରାଜଭବନରେ ରାତ୍ରି ଯାପନ କରିବେ ମୋଦି। ୬ ତାରିଖ ସକାଳେ ବ୍ରହ୍ମପୁର ଅଭିମୁଖେ ଯିବେ ପ୍ରଧାନମନ୍ତ୍ରୀ। ପ୍ରଥମେ ବ୍ରହ୍ମପୁରରେ ବିଶାଳ ସମାବେଶରେ ଯୋଗ ଦେବେ ମୋଦି। ଏହାପରେ ନବରଙ୍ଗପୁରରେ ମଧ୍ୟ ବଡ଼ ଜନସଭାରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |