ପୁରୀ,୬ା୫:ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ପଇତାଲାଗି ନୀତି। ଶ୍ରୀଜିଉମାନଙ୍କ ଠାରେ ଦୈନଦିନ ଲାଗି ହେଉଥିବା ଚନ୍ଦନର ସୁରକ୍ଷା ନିମନ୍ତେ ମହାପ୍ରଭୁର ପଇତା ଲାଗି କରାଯାଇଥାଏ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପାଟରା ସେବକଙ୍କୁ ପଇତା ବୋଳିବା ପାଇଁ ତିନି ରଙ୍ଗର ବାସୁଙ୍ଗାପାଟ ଯୋଗାଇଦିଆଯାଇ ଥାଏ । ପାଟରା ସେବକ ଉକ୍ତ ବାସୁଙ୍ଗା ପାଟ ନେଇ ଶ୍ରୀଲକ୍ଷ୍ମୀ ମନ୍ଦିର ଜଗମୋହନରେ ବସି ପାଟ ପଇତା ବୋଳିଥାନ୍ତି ।ପରେ ସେହି ବାସୁଙ୍ଗା ପାଟରେ ପଇତା ଲାଗି କରାଯାଇଥାଏ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଦ୍ୱିତୀୟ ଭୋଗ ମଣ୍ଡପ ବଢିବା ପରେ ପଇତାଲାଗି ନୀତି ହେବ|ସନ୍ଧ୍ୟା ୬ଟାରୁ ରାତି୧୦ଟା ପର୍ୟ୍ୟନ୍ତ ପ୍ରାୟ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ପଇତା ଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯାଇ ପୁନର୍ବାର ଦର୍ଶନ ବ୍ୟବସ୍ଥା ଚାଲୁ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |