ଓଡ଼ିଶାରେ ପ୍ରଥମ ଥର ଡବଲ ଇଞ୍ଜିନ ସରକାର ଆସିବ:ପ୍ରଧାନମନ୍ତ୍ରୀ

ନବରଙ୍ଗପୁର,୬।୫: ଧାଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ସୋମବାର ଓଡ଼ିଶା ଗସ୍ତରେ ଆସି ସରକାର ଗଠନ କରିବା ପାଇଁ ଦୃଢୋକ୍ତି ପ୍ରକାଶ କରିଛନ୍ତି  ନରେନ୍ଦ୍ର ମୋଦି। ଏଥିସହିତ ଭାଜପା ଓଡ଼ିଶାରେ ସରକାର ଗଠନ କଲେ କିଏ ମୁଖ୍ୟମନ୍ତ୍ରୀ ହେବ ସେ ନେଇ ମଧ୍ୟ ସେ ଘୋଷଣା କରିଛନ୍ତି।‘ଆସନ୍ତା ମାସ ୪ ତାରିଖରେ ସମଗ୍ର ଦେଶରେ ନିର୍ବାଚନୀ ଫଳାଫଳ ପ୍ରକାଶ ପାଇବ। ଉକ୍ତ ଦିନ ଓଡ଼ିଶାର କାୟା ପଲଟିବ। ଦୀର୍ଘ ୨୫ ବର୍ଷ ଧରି ଶାସନ କରୁଥିବା ବିଜେଡି ସରକାରର ଜୁନ୍ ୪ ତାରିଖ ହେଉଛି ଏକ୍ସପାରୀ ଡେଟ୍‌।’ ଆଜି ଦକ୍ଷିଣ ଓଡ଼ିଶାରେ ପାୱାରଫୁଲ୍‌ ଶୋ’ କରି ଏପରି ଭାବେ ବିଜେଡି ଉପରେ ବର୍ଷିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।ବ୍ରହ୍ମପୁର ସହର ଉପକଣ୍ଠ କନିଷିରେ ମୋଦି ହଜାର ହଜାର ଲୋକଙ୍କ ଜନସମାବେଶକୁ ଉଦ୍‌ବୋଧନ ଦେଇଛନ୍ତି। ଏହି ଅବସରରେ ବିଜେଡି ତଥା କଂଗ୍ରେସ ସରକାରଙ୍କୁ ଟାର୍ଗେଟ କରି ଖୁବ୍‌ ବର୍ଷିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।ଏହି ଅବସରରେ ମୋଦି କହିଛନ୍ତି, ଚଳିତ ନିର୍ବାଚନରେ ଓଡ଼ିଶାରେ ପ୍ରଥମ ଥର ଡବଲ ଇଞ୍ଜିନ ସରକାର ଆସିବ। ବିଜେପି ଯାହା କହିଥାଏ, ତାହା କରିକି ଦେଖାଇଥାଏ। ଆସନ୍ତା ମାସ ୪ ତାରିଖରେ ବିଜେଡି ସରକାରର ଏକ୍ସପାରୀ ଡେଟ ଲେଖାଅଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!