ଆଗାମୀ ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ

ଭୁବନେଶ୍ବରଭୁବନେଶ୍ୱର, ୬।୫:  ଆଗାମୀ ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। କାଳବୈଶାଖୀ  ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମିପାରେ ଦିନ ତାପମାତ୍ରା। ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଗଞ୍ଜାମ, ଗଜପତି, କନ୍ଧମାଳ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ସହ ସ୍ଥାନେ ସ୍ଥାନେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ। ମେ ୭ରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ସହ ବିଜୁଳି ଘଡ଼ଘଡ଼ି ଜନିତ ବର୍ଷା ହୋଇପାରେ।ଏପରିକି ଗଞ୍ଜାମ, କଳାହାଣ୍ଡି, ନବରଙ୍ଗପୁର ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା(୭ରୁ ୧୧ ସେମି) ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଅନୁଗୁଳ, କେରାପୁଟ ଓ ରାୟଗଡ଼ା ଜିଲ୍ଲାରେ ମଧ୍ୟ କାଳବୈଶାଖୀ ପ୍ରଭାବ ରହିବ। ୮ ତାରିଖ ବେଳକୁ କାଳବୈଶାଖୀ ସହ ବର୍ଷା ପ୍ରଭାବ ବଢ଼ିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।ପାଣିପାଗ କେନ୍ଦ୍ର ବୈଜ୍ଞାନିକ ଉମାଶଙ୍କର ଦା‌ସଙ୍କ କହିବାନୁଯାୟୀ କାଳବୈଶାଖୀ ପ୍ରଭାବରେ ଆଜିଠାରୁ ପାଣିପାଗରେ ପରିବର୍ତ୍ତନ ଆସିବ। ଦିନର ତାପମାତ୍ରା ୪ରୁ ୬ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇବ। ସମୁଦ୍ର ଆଡ଼ୁ ରାଜ୍ୟ ମଧ୍ୟକୁ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରିବାର ସମ୍ଭାବନା ଥିବାରୁ ମେ ୭, ୮ ଓ ୯ ତାରିଖରେ ବର୍ଷା ପରିମାଣ ବଢ଼ିବ। ୬ରୁ ୮ ତାରିଖ ମଧ୍ୟରେ ଉତ୍ତର ଉପକୂଳ ଓଡ଼ିଶା-ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ର ଅଶାନ୍ତରୁ ଅତ୍ୟଧିକ ଅଶାନ୍ତ ରହିପାରେ। ତେଣୁ ସମ୍ଭାବ୍ୟ ପରିସ୍ଥିତିକୁ ନଜରରେ ରଖି ୬ରୁ ୮ ତାରିଖ ଯାଏଁ ମତ୍ସ୍ୟଜୀବୀମାନଙ୍କୁ ଉତ୍ତର ଉପକୂଳ ଓଡ଼ିଶାର ସମୁଦ୍ର ଆଖପାଖ ଅଞ୍ଚଳକୁ ସମ୍ପୂର୍ଣ୍ଣ ବାରଣ ହୋଇଛି। ଆସନ୍ତା ୭ ଦିନ ପର୍ଯ୍ୟନ୍ତ କଟକ ଓ ଭୁବନେଶ୍ବର ସହରର ଦିନ ତାପମାତ୍ରା ହ୍ରାସ ପାଇବ। ୯ ତାରିଖ ବେଳକୁ ଉଭୟ ସହରର ପାରଦ ୩୫ ଡିଗ୍ରି ପାଖକୁ ଖସି ଆସିବାର ସମ୍ଭାବନା ରହିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!