ଜୁନ୍ ୧ ଓଡ଼ିଶାର ଚତୁର୍ଥ ପର୍ଯ୍ୟାୟ ଭୋଟ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୭।୫ :ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଆଦି ୬ ଲୋକସଭା ଆସନରେ ନିର୍ବାଚନ ପାଇଁ ଏହି ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତର ନିର୍ବାଚନ କମିସନ୍। ଏସବୁ ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୪୨ଟି ବିଧାନସଭା କ୍ଷେତ୍ରର ସମସ୍ତ ବୁଥରେ ଜୁନ୍ ୧ ତାରିଖରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏଁ ମତଦାନ ହେବ। ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟରେ ହେବାକୁ ଥିବା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ଜଗତ୍‌ସିଂହପୁର ଲୋକ ସଭା ଏବଂ ୪୨ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ସୋମବାର ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।  ବିଜ୍ଞପ୍ତି ପ୍ରକାଶ ସହ ଆଜିଠୁ ନାମାଙ୍କନ ଦାଖଲ ଆରମ୍ଭ ହେବ। ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ ହୋଇପାରିବ। ୧୫ ତାରିଖରେ ନାମାଙ୍କନ ଯାଞ୍ଚ ଓ ୧୭ ତାରିଖରେ ନାମାଙ୍କନ ପ୍ରତ୍ୟାହାର କରାଯାଇପାରିବ।  ଜୁନ୍‌ ୧ ତାରିଖରେ ଭୋଟ ଗ୍ରହଣ ହେବ ଓ ୪ ତାରିଖରେ ଫଳାଫଳ ପ୍ରକାଶ ପାଇବ।ଏହି ପର୍ଯ୍ୟାୟରେ ନିର୍ବାଚନ ହେବାକୁ ଥିବା ବିଧାନସଭା ନିର୍ବାଚନମଣ୍ଡଳୀ ହେଲା ଯଶୀପୁର, ସାରସକଣା, ରାଇରଙ୍ଗପୁର, ବାଙ୍ଗିରିପୋଷି, ଉଦଳା, ବାରିପଦା, ମୋରଡ଼ା, ବଡସାହି, ଜଳେଶ୍ୱର, ଭୋଗରାଇ, ବସ୍ତା, ବାଲେଶ୍ୱର, ରେମୁଣା, ନୀଳଗିରି, ସୋର, ସିମୁଳିଆ, ଭଣ୍ଡାରିପୋଖରୀ, ଭଦ୍ରକ, ବାସୁଦେବପୁର, ଧାମନଗର, ଚାନ୍ଦବାଲି, ବିଞ୍ଝାରପୁର, ବରୀ, ବଡ଼ଚଣା, ଧର୍ମଶାଳା, ଯାଜପୁର, କୋରେଇ, ସୁକିନ୍ଦା, ସାଲେପୁର, ମାହାଙ୍ଗା, ପାଟକୁରା, କେନ୍ଦ୍ରାପଡ଼ା, ଆଳି, ରାଜନଗର, ମହାକାଳପଡ଼ା, ନିଆଳି, ପାରାଦୀପ, ତିର୍ତ୍ତୋଲ, ବାଲିକୁଦା-ଏରସମା, ଜଗତ୍‌ସିଂହପୁର, କାକଟପୁର ଏବଂ ନିମାପଡ଼ା।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!