ରାଜ୍ୟର ପ୍ରବଳ ବର୍ଷା ନେଇ ସତର୍କତା ଜାରି

ଭୁବନେଶ୍ୱର,୭।୫:ରାଜ୍ୟର ପ୍ରାୟ ବିଭିନ୍ନ ସ୍ଥାନରେ ଆଜି ସକାଳୁ ଝିପଝିପ ବର୍ଷା ଦେଖିବାକୁ ମିଳିଛି। ଦିନ ତାତି ଓ ଗୁଳୁଗୁଳିରେ ଲୋକେ ଅସ୍ତବ୍ୟସ୍ତ ହେଉଥିବାବେଳେ କାଳବୈଶାଖୀ ବର୍ଷା ଓ ପବନ ଏଥିରୁ ଆଶ୍ୱସ୍ତି ଦେଇଛି। ୫ ଜିଲ୍ଲାକୁ ଅରେଞ୍ଜ ଓ ୧୮ ଜିଲ୍ଳାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ବଲାଙ୍ଗୀର ଓ କୋରାପୁଟ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଘଡଘଡି ସହ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବାକୁ ବାରଣ କରାଯାଇଛି। ଆସନ୍ତା ୯ ତାରିଖ ଯାଏଁ ବର୍ଷା ସମ୍ଭାବନା ଥିବାରୁ ତାପମାତ୍ରା ଆହୁରି କମିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆଜି ପଶ୍ଚିମ ଓଡ଼ିଶା ତଥା ପାର୍ଶ୍ବବର୍ତ୍ତୀ ଜିଲ୍ଲାଗୁଡିକରେ ବିଭିନ୍ନ ଅଞ୍ଚଳରେ ବାଦଲ ଆଛାଦାନ ବୃଦ୍ଧିପାଇଛି। ମଙ୍ଗଳବାର ରାଜ୍ୟର ଅଧିକାଂଶ ଅଞ୍ଚଳରେ କାଳବୈଶାଖୀ ବର୍ଷାର ପ୍ରକୋପ ରହିବାକୁ ଥିବା ବେଳେ ପବନର ବେଗ ମଧ୍ୟ ବୃଦ୍ଧି ୪୦-୫୦ କିମି ପଞ୍ଚିବାର ରହିଛି। ଏହା ପ୍ରଭାବରେ ଆଗାମୀ ୨-୩ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଦିନ ତାପମାତ୍ରାରେ ୪-୬ ଡିଗ୍ରୀ ଯାଏଁ ହ୍ରାସ ସମ୍ଭାବନା ରହିଛି। ତେଣୁ ଆଗକୁ ସାରା ଓଡ଼ିଶାରେ ତାତିରୁ ଆଶ୍ୱସ୍ତି ମିଳିବ ବୋଲି ଆକଳନ କରାଯାଇଛି।ସେହିପରି ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା ଓ କୋରାପୁଟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି। ଏଥିପାଇଁ ଏହିଜିଲ୍ଲାଗୁଡ଼ିକୁ ୟେଲୋ ଆଲର୍ଟ ଜାରି ହୋଇଛି। ଉପରୋକ୍ତ ଜିଲ୍ଲାଗୁଡ଼ିକରେ ପବନର ବେଗ ଘଣ୍ଟା ପ୍ରତି ୪୦-୫୦ କିମି ରହିବ ବୋଲି ପାଣିପାଗ କେନ୍ଦ୍ର ଚେତାବନୀ ଜାରି କରିଛି। ବୁଧାବର ଓ ଗୁରୁବାର ମଧ୍ୟ ବିଭିନ୍ନ ଜିଲ୍ଲାରେ ସମାନ ସ୍ଥିତି ସୃଷ୍ଟି ହେବ ବୋଲି ପାଣିପାଗ କେନ୍ଦ୍ର ନିଜ ବୁଲେଟିନ୍‌‌ରେ ଜାରି କରିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!