ଆସନ୍ତାକାଲି ମହାପ୍ରଭୁଙ୍କ ବନକ ଲାଗି ନୀତି

ପୁରୀ,,୭।୫:   ଆସନ୍ତାକାଲି ମହାପ୍ରଭୁଙ୍କ ବନକ ଲାଗି ନୀତି । ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଆପାତତଃ ସଂଧ୍ୟା ୬ଟାରୁ ରାତି ୧୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ। ପ୍ରତିମାସରେ ହାରାହାରି ଦୁଇଥର ଶ୍ରୀଜୀଉଙ୍କର ମୁଖଶ୍ରୀର ପ୍ରସାଧନ ବା ବନକ ଲାଗି ନୀତି ଅନୁଷ୍ଠିତ ହୋଇଥାଏ। ଏହି ବନକ ଲାଗି କାର୍ଯ୍ୟକ୍ରମ ପାଇଁ ରୀତିନୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନେ କରିଥାନ୍ତି। ନିୟମ ଅନୁଯାୟୀ ବୁଧବାର ଦିନ ବନକ ଲାଗି ଅନୁଷ୍ଠିତ ହୋଇଥାଏ । ଦି’ପ୍ରହର ଧୂପ ଦାନ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ ହୋଇଥାଏ । ଏହାପରେ ଏହି ଗୁପ୍ତ ନୀତି କରାଯାଇଥାଏ ।ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଶ୍ରୀଜୀଉଙ୍କର ମୁଖସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହିଥାଏ । ଫଳରେ ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କ ସାଧାରଣ ଦର୍ଶନ କରିବାରୁ ବଞ୍ଚିତ ରହିଥାନ୍ତି। ଏହି କ୍ରମରେ ବନକଲାଗି ନୀତି ପାଇଁ ଆସନ୍ତାକାଲି ଶ୍ରୀମନ୍ଦିରରେ ୪ ଘଣ୍ଟା ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ସରିବା ପରେ ସାଧାରଣ ଦର୍ଶନ ଚାଲୁ ରହିବ। ୨୦୧୮ ମସିହା ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତି ପରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହୋଇଆସୁଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!