ଆଜି ଆସିବେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ

ଭୁବନେଶ୍ୱର,୯।୫   : ଆଜି ଓଡ଼ିଶା ଆସୁଛନ୍ତି ବିଜେପିର ଦୁଇ ହେଭିୱେଟ୍ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ ଓ ଆସାମ୍ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା। ଗଡ଼କରୀ ପୁରୀ ଗସ୍ତରେ ଯାଇ କୃଷ୍ଣପ୍ରସାଦରେ ବିରାଟ ଜନସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛ।ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ ଆଜି ନବରଙ୍ଗପୁରର ଏକାଧିକ ସ୍ଥାନରେ ନିର୍ବାଚନ ପ୍ରଚାର କରିବେ।  ଗଡ଼କରୀ ପୁରୀ ଗସ୍ତରେ ଯାଇ କୃଷ୍ଣପ୍ରସାଦରେ ବିରାଟ ଜନସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସେହିପରି ହିମନ୍ତ ବିଶ୍ୱଶର୍ମା ମାଲକାନଗିରି, ଚିତ୍ରକୋଣ୍ଡା ଓ ଖଲ୍ଲିକୋଟରେ ପ୍ରଚାର କରିବେ।ଏହାପରେ ଆସନ୍ତାକାଲି ପୁଣି ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭୋଟ୍ ଗ୍ରହଣ ତାରିଖ ଯେତିକି ପାଖୋଉଛି ବିଜେପିର କେନ୍ଦ୍ର୍ରୀୟ ନେତାଙ୍କ ଘନ ଘନ ଗସ୍ତ ରାଜ୍ୟ ପ୍ରଚାର ତାତିକୁ ସରଗରମ କରିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!