ଝାରସୁଗୁଡାରେ ଗୋଟିଏ ପରିବାରର ୩ ସଦସ୍ୟଙ୍କୁ ଗୁଳିକରି ହତ୍ୟା

ଲଖନପୁର ,୯ା୫: ଝାରସୁଗୁଡାରେ ଟ୍ରିପଲ ମର୍ଡର। ଲଖନପୁର ଥାନା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ନିକଟସ୍ଥ ବାଣ୍ଡିପାହାଡ଼ ମିନି ଷ୍ଟାଡିୟମ ଭିତରୁ ଏକ କାରରୁ ପୁଲିସ୍ ଗୋଟିଏ ପରିବାରର ବାପା , ମାଆ ଏବଂ ଝିଅର ମୃତଦେହ ଉଦ୍ଧାର କରିଛି। ମୃତକ ବ୍ରଜରାଜନଗର ଓରିଏଣ୍ଟ ଥାନା ଅର୍ନ୍ତଗତ କାଳୀନଗର ଅଞ୍ଚଳର ସୁଜିତ ରାଏ, ତାଙ୍କ ପତ୍ନୀ ଖୁଶୁବୁ ରାଏ ଓ ଝିଅ ଅର୍ପିତା ରାଏ ବୋଲି ଜଣାପଡ଼ିଛି। ବର୍ତ୍ତମାନ ପର୍ଯ୍ୟନ୍ତ ହତ୍ୟାର କାରଣ ଜଣାପଡିନାହିଁ। କିନ୍ତୁ ପୁଲିସର ପ୍ରାଥମିକ ତଦନ୍ତରୁ ଜଣାପଡିଛି ଯେ ସୁଜିତ କୌଣସି କଥାକୁ ନେଇ ପ୍ରଥମେ ତାଙ୍କ ପତ୍ନୀ ଓ ଝିଅକୁ ଗୁଳି କରି ହତ୍ୟା କରିବା ପରେ ସେ ନିଜେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଛି। ପୁଲିସ କାର ଭିତରୁ ୩ ଜଣଙ୍କ ମୃତଦେହକୁ ଉଦ୍ଧାର କରିବା ସହ ଏକ ବନ୍ଧୁକ ମଧ୍ୟ ଜବତ କରିଛି। ମୃତ ସୁଜିତ ଝାରସୁଗୁଡ଼ା ସ୍ଥିତ ଏକ ଘରୋଇ କମ୍ପାନୀରେ ଜଣେ କର୍ମଚାରୀ ଥିବା ଜଣାପଡ଼ିଛି। ପୁଲିସ୍ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।ଆଜି ସକାଳେ ଖେଳପଡ଼ିଆ ଥିବା କାରରୁ ୩ ଜଣଙ୍କ ଗୁଳିବିନ୍ଧ ଉଦ୍ଧାର କରାଯାଇଥିଲା। କାର୍‌ ଭିତରେ ୩ ଜଣ ରକ୍ତାକ୍ତ ଅବସ୍ଥାରେ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ପୁଲିସ କାର୍ ଡୋର୍ ଲକ୍ ଭାଙ୍ଗି ମୃତଦେହକୁ ‌ଉଦ୍ଧାର କରିଥିଲା।ବ୍ୟକ୍ତି ଜଣଙ୍କ ପ୍ରଥମେ ମା’ ଓ ଝିଅକୁ ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।  କାହିଁକି ବ୍ୟକ୍ତି ଜଣଙ୍କ ଏପରି କଲେ ତାର କାରଣ ଜଣାପଡ଼ିନାହିଁ। ପୁଲିସ କାର ଓ ବନ୍ଧୁକ ଜବତ କରିବା ସହ ଘଟଣାର ତଦନ୍ତ କରୁଛି। ସାଇଣ୍ଟିଫିକ୍‌ ଟିମ୍ ପହଞ୍ଚି ଖୋଳତାଡ ଜାରି ରଖିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!