ବିଜାପୁର,୧୦।୫: ଛତିଶଗଡ ବିଜାପୁରରେ ବଡ଼ ଏନକାଉଣ୍ଟର । ଯବାନଙ୍କ ଗୁଳିରେ ନିହତ ହୋଇଛନ୍ତି ୮ ମାଓବାଦୀ । ଗଙ୍ଗଲୁର ଥାନା ପିଡ଼ିଆ ଜଙ୍ଗଲରେ ହୋଇଛି ଏହି ଏନ୍କାଉଣ୍ଟର।ଦାର୍ଘ ୧୧ଘଣ୍ଟା ଧରି ଏହି ଏନକାଉଣ୍ଟର ଚାଲିଥିଲା । ଯେଉଁଥିରେ ବିଜାପୁର ପୋଲିସ ଏବଂ ସିଆରପିଏଫ କୋବ୍ରା ଯବାନଙ୍କୁ ବଡ଼ ସଫଳତା ମିଳିଛି। ଗାଙ୍ଗଲୁର ଥାନା ପଡିଆ ଜଙ୍ଗଲରୁ ଗୁଳିବିନିମୟ ହୋଇଥିବା ସୂଚନା ରହିଛି । ଅପେରଶନରେ ପ୍ରାୟ ୧୨ଶହ ଯବାନ ସାମିଲ ଥିବା ଜଣାପଡିଛି ।ପିଡ଼ିଆ ଜଙ୍ଗଲରେ ୩୦ରୁ ୪୦ ଜଣ ନକ୍ସଲ ଥିବା ନେଇ ସୁରକ୍ଷାକର୍ମୀଙ୍କୁ ସୂଚନା ମିଳିଥିଲା। ସେମାନେ ସେଠାରେ କିଛି ଦିନ ହେବ କ୍ୟାମ୍ପ କରି ରହିଥିଲେ। ବିଶେଷ ସୂତ୍ରରୁ ଖବର ପାଇବା ପରେ ସୁକମା, ଦନ୍ତେୱାଡା ଓ ବିଜାପୁର ଆଦି ତିନି ଜିଲ୍ଲାର ପୁଲିସ ସହିତ CRPFର କୋବ୍ରା ଯବାନମାନେ ମିଳିତ ଭାବେ ଏହି ବଡ଼ ଧରଣର ଅପରେସନ କରିଥିଲେ। ବସ୍ତର ପୁଲିସ୍ ଆଇଜି ସୁନ୍ଦରରାଜ ପି. ଙ୍କ ନେତୃତ୍ୱରେ ଏହି ଅପରେସନ ହୋଇଥିଲା। ସେହିଭଳି ତିନି ଜିଲ୍ଲାର SPଙ୍କ ସମେତ ବସ୍ତର DIG ଏହି ଅପରେସନ ଉପରେ ନଜର ରଖିଥିଲେ। ମୃତ ନକ୍ସଲଙ୍କଠାରୁ ଅତ୍ୟାଧୁନିକ ବନ୍ଧୁକ ମିଳିଛି। ଆହୁରି ଅନ୍ୟାନ୍ୟ ଅସ୍ତ୍ରଶସ୍ତ୍ର ମଧ୍ୟ ମିଳିଛି। ସେଥିରୁ ଅନୁମାନ କରାଯାଉଛି ଯେ ସେମାନେ କ୍ୟାଡର ନକ୍ସଲ ହୋଇଥିବେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |