ଓଡ଼ିଶାବାସୀଙ୍କୁ ମତଦାନ ପାଇଁ ଅପିଲ କଲେ ମୋଦି : ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୩ା୫: ସୋମବାର ଦେଶରେ ଚତୁର୍ଥ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଥିବା ବେଳେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଛି।ଆଜି ଓଡିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଏଥିଲାଗି ସକାଳ ୭ଟାରୁ ଭୋଟ ଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇ ସଂଧ୍ୟା ୬ଟା ଯାଏ ମତଦାନ ଚାଲିବ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୪ଟି ଲୋକସଭା ଏବଂ ୨୮ଟି ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ କରାଯାଉଛି। ନୂଆକରି ଭୋଟ ଦେବାକୁ ଥିବା ଯୁବପିଢି ମାନଙ୍କ ମଧ୍ୟରେ ବେଶ ଉତ୍ସାହ ଦେଖିବାକୁ ମିଳିଛି  ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆ ‘ଏକ୍ସ’ରେ ଓଡ଼ିଶାବାସୀଙ୍କୁ ମତଦାନ କରିବାକୁ ଅପିଲ କରିଛନ୍ତି। ଏଥିରେ ପ୍ରଧାନମନ୍ତ୍ରୀ ଲେଖିଛନ୍ତି, ମୁଁ ରାଜ୍ୟବାସୀଙ୍କୁ ମତଦାନ ସାବ୍ୟସ୍ତ କରିବାକୁ ଅପିଲ କରୁଛି। ଆପଣଙ୍କ ଭୋଟ୍‌ ଆପଣଙ୍କ ସ୍ବର। ଏହାକୁ ଦୃଢ଼ ଓ ସ୍ପଷ୍ଟ ଭାବରେ ଉତ୍ତୋଳନ କରନ୍ତୁ ବୋଲି ପ୍ରଧାନମନ୍ତ୍ରୀ ଲେଖିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!