ଭୁବନେଶ୍ୱର,୧୩ା୫: ଓଡ଼ିଶାରେ ଆଜି ପ୍ରଥମ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ୪ଟି ସଂସଦୀୟ କ୍ଷେତ୍ର ଓ ୨୮ଟି ବିଧାନସଭା ଆସନରେ ଚାଲିଛି ମତଦାନ। ରାଜ୍ୟର ୪ଟି ଲୋକସଭା ଆସନ କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ବ୍ରହ୍ମପୁର ଏବଂ ଏହା ଅଧିନସ୍ଥ ୨୮ଟି ବିଧାନସଭା ନିର୍ବାଚନମଣ୍ଡଳୀର ଲୋକ ସେମାନଙ୍କ ନେତା ବାଛୁଛନ୍ତି।ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ଆରମ୍ଭ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଗଣତନ୍ତ୍ରର ଏହି ମହାନ ପର୍ବରେ ସାମିଲ ହେବାକୁ ଆହ୍ବାନ ଦେଇଛନ୍ତି।ନିଜର ମୂଲ୍ୟବାନ ଭୋଟ ଦେଇ ଆଗାମୀ ୫ବର୍ଷ ପାଇଁ ନୂଆ ଜନପ୍ରତିନିଧି ବାଛିବେ ଭୋଟର। ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ଯାଏଁ ଚାଲିବ ମତଦାନ। ନୂଆକରି ଭୋଟ ଦେଉଥିବା ଭୋଟରଙ୍କ ମନରେ ଅନେକ ଉତ୍ସାହ ରହିଛି। ତେବେ ଗଣତନ୍ତ୍ର ଏହି ମହାପର୍ବରେ ସମସ୍ତେ ସାମିଲ ହେବାକୁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏକ୍ସରେ ପୋଷ୍ଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆପଣମାନଙ୍କ ପ୍ରତିଟି ଭେଟ୍ ଗଣତନ୍ତ୍ରର ଭିତ୍ତିକୁ ମଜଭୁତ କରିବ। ବିକାଶର ଧାରାକୁ ଆଗେଇ ନେବ। ସାଧାରଣ ନିର୍ବାଚନ ୨୦୨୪ରେ ବହୁ ସଂଖ୍ୟାରେ ମତଦାନ କରି ଗଣତନ୍ତ୍ରର ମହାପର୍ବରେ ସାମିଲ ହୁଅନ୍ତୁ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |