ଭୁବନେଶ୍ୱର,୧୩।୫: ରାଜ୍ୟରେ ଆଜି ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେଉଥିବା ବେଳେ ଡ୍ୟୁଟିରେ ଗୁରୁତର ଅବହେଳା ପାଇଁ ୨ ଜଣ ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବନ କରିବା ସହିତ ଗିରଫ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ। ଏକ ସାମ୍ବାଦିକ ସମ୍ମିଳନୀରେ ନିଜେ ଶ୍ରୀ ଧଳ ଏହି ସୂଚନା ଦେଇଛନ୍ତି। ନିର୍ବାଚନ ପରିଚାଳନାରେ ତ୍ରୁଟି ପାଇଁ ୨ ଜଣ ପୋଲିଂ ଅଫିସରଙ୍କୁ ସସ୍ପେଣ୍ଡ କରାଯାଇଛି। ସେମାନେ ହେଲେ କଳାହାଣ୍ଡି ଜିଲା ନର୍ଲାର ଏକ ବୁଥରେ ନିୟୋଜିତ ତେଜାଂଶୁ ସାହୁ ଓ ଗଞ୍ଜାମ ଜିଲାରେ ଜଣେ ପୋଲିଂ ଅଧିକାରୀ। ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି , କାର୍ଯ୍ୟରେ ଅବହେଳା ପାଇଁ ଦୁଇ ଜଣ ପୋଲିଂ ଅଫିସରଙ୍କୁ ସସପେଣ୍ଡ କରାଯାଇଛି।ଛତ୍ରପୁରର ୨୭ ଓ ୧୬୩ ନମ୍ବର ବୁଥ୍ର ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବନ କରିବା ସହିତ ଗିରଫ କରିବା ପାଇଁ ଗଞ୍ଜାମ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା କହିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ। ସେମାନେ ଡ୍ୟୁଟିରେ ଗୁରୁତର ଅବହେଳା କରିଥିବା ୱେବ୍ କାଷ୍ଟିଂ ଜରିଆରେ ଦେଖିବାକୁ ମିଳିଥିଲା। ତେଣୁ ସେମାନଙ୍କ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦିଆଯାଇଥିବା ଶ୍ରୀ ଧଳ କହିଛନ୍ତି। ଏହା ସହିତ ଗୋପାଳପୁରର ୧୯୩ ନମ୍ବର ବୁଥ୍ର ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବନ କରିବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ସେ କହିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |