ଭୁବନେଶ୍ୱର,୧୩।୫: ଓଡ଼ିଶା ଗସ୍ତରେ ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ। ୧୫ ତାରିଖରେ ରାହୁଲ ବଲାଙ୍ଗୀରରେ ସଭା କରିବାର କାର୍ଯ୍ୟକ୍ରମ ଥିବା ବେଳେ ୧୬ ତାରିଖରେ କନ୍ଧମାଳରେ ସଭାରେ ଯୋଗଦେବେ ଖାର୍ଗେ। ଏନେଇ ଓଡ଼ିଶା କଂଗ୍ରେସ ପ୍ରଭାରୀ ଅଜୟ କୁମାର ସୂଚନା ଦେଇଛନ୍ତି। ସୂଚନାନୁଯାୟୀ, ଭୁବନେଶ୍ବରରେ ଖାର୍ଗେ ପ୍ରେସମିଟ୍ ମଧ୍ୟ କରିବେ। ସେହିପରି ଆସନ୍ତାକାଲି ଅର୍ଥାତ୍ ମଙ୍ଗଳବାର ଜୟରାମ ରମେଶ ଭୁବନେଶ୍ବରରେ ପ୍ରେସମିଟ୍ କରିବେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |