ଭୁବନେଶ୍ବର,୧୪।୫:ଆଜି ଓଡ଼ିଶା ଆସିବେ ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱଶର୍ମା । ନିର୍ବାଚନ ପ୍ରଚାରକୁ ଶାଣିତ କରିବା ଏବଂ ରାଜ୍ୟ ବିଜେପିକୁ ବଳ ଦେବାକୁ ଓଡ଼ିଶା ଆସୁଛନ୍ତି ହେମନ୍ତ ବିଶ୍ୱଶର୍ମା ।ଅପରାହ୍ନ ୨ଟା ୩୦ ମିନିଟରେ ଭୁବନେଶ୍ୱର ସ୍ୱସ୍ତି ପ୍ରିମିୟମ ହୋଟେଲରେ ‘ବିଶେଷ ସମ୍ପର୍କ ଅଭିଯାନ’ରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏହାପରେ ସେ ଓଡ଼ିଶାରୁ ପ୍ରତ୍ୟାବର୍ତନ କରିଯିବେ। ଏନେଇ ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।ଏହା ପୂର୍ବରୁ ଗତ ୯ ତାରିଖରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଓଡ଼ିଶା ଗସ୍ତରେ ଆସି ମାଲକାନଗିରି ଜିଲ୍ଲା କାଲିମେଳାରେ ଜନସଭାକୁ ସମ୍ବୋଧନ କରିଥିଲେ। ଉକ୍ତ ସଭାରେ ହିମନ୍ତ ବିଶ୍ୱଶର୍ମା ବିଜେଡି ସୁପିମୋ ନବୀନ ପଟ୍ଟନାୟକ ଓ ଭିକେ ପାଣ୍ଡିଆନଙ୍କ ଉପରେ ସିଧା ହମଲା କରିଥିଲେ । ଉକ୍ତ ସଭାରେ ସେ କହିଥିଲେ, ନବୀନ ବାବୁ ଓଡ଼ିଶାବାସୀଙ୍କୁ ଭଲ ପାଆନ୍ତି ନାହିଁ, ସେ କେବଳ ପାଣ୍ଡିଆନକୁ ଭଲ ପାଆନ୍ତି। ନବୀନ ବାବୁ ଯାହା ଦେବାକଥା, ପାଣ୍ଡିଆନକୁ ଦିଅନ୍ତି, ଓଡ଼ିଶାବାସୀଙ୍କୁ ନୁହେଁ। ଜଣେ ମୁଖ୍ୟମନ୍ତ୍ରୀ ଏପରି କରିବା କଥା ନୁହେଁ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |