ବାରାଣସୀ ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୪।୫: ନାମାଙ୍କନ ଦାଖଲ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଲୋକସଭା ନିର୍ବାଚନ ପାଇଁ ଆଜି ବାରଣାସୀରୁ ତୃତୀୟ ଥର ପାଇଁ ମୋଦି ନିଜ ନାମାଙ୍କନ ଦାଖଲ କରିଛନ୍ତି। ଏହି ସମୟରେ ତାଙ୍କ ସହ ୧୧ଟି ରାଜ୍ୟର ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିଲେ| ପିଏମ ମୋଦି ୨୦୧୪ ପରଠାରୁ କ୍ରମାଗତ ତୃତୀୟ ଥର ପାଇଁ ବାରାଣସୀରୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଇଣ୍ଡିଆ ମେଣ୍ଟ ପ୍ରଧାନମନ୍ତ୍ରୀଙ୍କ ବିପକ୍ଷରେ ଅଜୟ ରାୟଙ୍କୁ ପ୍ରାର୍ଥୀ କରିଛି।ନାମାଙ୍କନପତ୍ର ଦାଖଲ କରିବା ପୂର୍ବରୁ ପ୍ରଧାନମନ୍ତ୍ରୀ ଦଶାଶ୍ୱମେଧ ଘାଟରେ ଗଙ୍ଗା ପୂଜା କରିଥିଲେ। ଏହା ପରେ ସେ କାଳ ଭୈରବ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିଥିଲେ। କରିଥିଲେ। ପ୍ରଧାନମନ୍ତ୍ରୀ ମୋଦିଙ୍କ ନାମାଙ୍କନ ସମୟରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ୧୨ ରାଜ୍ୟର ମୁଖ୍ୟମନ୍ତ୍ରୀ ସାମିଲ ହୋଇଥିଲେ। ଏହା ବ୍ୟତୀତ ଭାଜପା ଅଧ୍ୟକ୍ଷ ଜେପି ନଡ୍ଡା, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ରାଜନାଥ ସିଂଙ୍କ ସମେତ ଦଳର ସମସ୍ତ ବରିଷ୍ଠ ନେତା ଉପସ୍ଥିତ ଥିଲେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!