ଭୁବନେଶ୍ୱର,୧୪।୫: ଭୁବନେଶ୍ୱରରେ ମେଗା ରୋଡ ଶୋ’ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୧୬ତାରିଖରେ ରାଜଧାନୀ ଦେଖିବ ବିଜେଡି ସୁପ୍ରିମୋଙ୍କ ଶକ୍ତି ପ୍ରଦର୍ଶନ। କାରଣ ଗୁରୁବାର ଭୁବନେଶ୍ୱରରେ ମେଗା ରୋଡ ଶୋ’ କରିବେ ମୁଖ୍ୟମନ୍ତ୍ରୀ ।ରୋଡ ଶୋ’ ପାଇଁ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛି ପୋଲିସ । ଏନେଇ ସୂଚନା ଦେଇଛନ୍ତି ଡିସିପି ପ୍ରତୀକ ସିଂ । ମୁଖ୍ୟମନ୍ତ୍ରୀଙ୍କ ରୋଡ ଶୋ’ ଗଙ୍ଗନଗର ଛକରୁ ଆରମ୍ଭ ହୋଇ ଗୋପବନ୍ଧୁ ଛକ, ଡିଏଭି ଛକ, ଏଚଡିଏଫସି ବ୍ୟାଙ୍କ ଛକ, ନୂଆ ସାହି, ବେହେରା ସାହି, ନିକ୍କୋ ପାର୍କ ଛକ ଓ ବାୟାବାବା ମଠ ଦେଇ ରୂପାଲି ଛକ ପର୍ଯ୍ୟନ୍ତ ଚାଲିବ। ରୋଡ ଶୋ’ ସମୟରେ ଉଚ୍ଚ ପଦସ୍ଥ ପୋଲିସ ଅଧିକାରୀମାନେ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |