ଆସୁଛି ଲଘୁଚାପ! ଆଗାମୀ ଦୁଇ ଦିନ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା

ଭୁବନେଶ୍ୱର,୧୪।୫: ଆସୁଛି  ଲଘୁଚାପ। ଆଗାମୀ ଦୁଇ ଦିନ ଘଡ଼ଘଡ଼ି ସହ ବର୍ଷା ପବନ ହେବା ସମ୍ଭାବନା ରହିଛି।ଏନେଇ କିଛି ଜିଲାକୁ ଆଞ୍ଚଳିକ ପାଣିପାଗ ବିଭାଗର ସତର୍କ ସୂଚନା ଜାରି କରାଯାଇଛି। ତେବେ ଆଗାମୀ ୪୮ ଘଣ୍ଟା ପରେ ରାଜ୍ୟରେ ପୁଣି ବଢିବ ତାତି । ୨ ରୁ ୪ ଡିଗ୍ରୀ ତାପମାତ୍ରା ବଢିବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।୧୬ ପରଠୁ ପାଗରେ ପରିବର୍ତ୍ତନ ହେବା ସହ ଦିନ ତାପମାତ୍ରା ୨ରୁ ୪ ଡିଗ୍ରୀ ବଢ଼ିବ। ଗତ ୨୪ ଘଣ୍ଟାରେ ଢେଙ୍କାନାଳରେ ସର୍ବାଧିକ ୬୪ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି । ଆଗାମୀ ୩ ଦିନ ରାଜ୍ୟରେ ବିକ୍ଷିପ୍ତ ବର୍ଷା ଦେଖିବାକୁ ମିଳିବ । ୪ ଦିନ ପରେ ବର୍ଷାର ପରିମାଣ କମି ପାଗ ଶୁଖିଲା ହେବ । ଏହାସହ ତାପମାତ୍ରା ବୃଦ୍ଧି ପାଇବ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!