ଭୁବନେଶ୍ବରରେ ଯାଜପୁର ଠିକାଦାରଙ୍କ ଗାଡ଼ି ଉପରେ ଚଢ଼ାଉ, ମିଳିଲା ୫ କୋଟି

ଭୁବନେଶ୍ବର,୧୪।୫: ନିର୍ବାଚନ ସମୟରେ ଆୟକର ବିଭାଗ ଓ ପୁଲିସ ଅଧିକ ସକ୍ରିୟ ରହିଛନ୍ତି। ଆୟଗର ବିଭାଗ ଗାଡ଼ି ଯାଞ୍ଚ ବେଳେ ଏକ ଦାମୀ କାର୍‌ ଭିତରୁ ୫କୋଟି ଟଙ୍କା ଠାବ କରିଛି। ଭୁବନେଶ୍ୱର ସୂର୍ଯ୍ୟନଗରରେ ଆୟକର ବିଭାଗର ଚଢ଼ାଉ ବେଳେ ଏହି ଟଙ୍କା ଜବତ ହୋଇଛି।ଆୟକର ବିଭାଗ ପକ୍ଷରୁ କୁହାଯାଇଛି ଯେ, ଏକ ଫର୍ଚୁନର ଗାଡ଼ିରେ ନଗଦ ଟଙ୍କା ନେଇ ଯାଉଥିବା ବେଳେ ଚଢ଼ାଉ କରାଯାଇଥିଲା। ଜବତ ଟଙ୍କା ଯାଜପୁର ଅଂଚଳର ଜଣେ ଠିକାଦାରଙ୍କର ହୋଇଥିବା ଜଣାପଡ଼ିଛି। ସଂପୃକ୍ତ ଠିକାଦାରଙ୍କ ନା ନିହାର ରଂଜନ। ଠିକାଦାର ନିହାର ରଂଜନଙ୍କ ଯାଜପୁର ବାସଭବନରେ ଆୟକର ବିଭାଗ ଏବେ ଚଢ଼ାଉ ଜାରି ରଖିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!