କଟକ,୧୫।୫: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକଙ୍କ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୮୯ ବର୍ଷ ବୟସରେ ତାଙ୍କ ଦେହାନ୍ତ ହୋଇଛି। ସେ କିଛିଦିନ ହେବ ଅସୁସ୍ଥତା ଯୋଗୁ ଚିକତ୍ସିତ ହେଉଥିଲେ।ସେ ବିଷମକଟକରୁ ୭ଥର କଂଗ୍ରେସ ବିଧାୟକ ଥିଲେ। ଏହା ସହ ସେ ଓଡ଼ିଶା ଗୃହ ବିଭାଗ ତଥା ଜଙ୍ଗଲ ବିଭାଗ,ଅବକାରୀ ବିଭାଗ, ନଗର ଉନ୍ନୟନ ବିଭାଗ ଓ ଜଳ ଓ ପରିମଳ ବିଭାଗର ମନ୍ତ୍ରୀ ପଦ ମଧ୍ୟ ତୁଲାଇ ଥିଲେ। ତାଙ୍କର ବିୟଗ ସମୟରେ ତିନି ଝିଅ, ପୁଅ ଓ ସ୍ତ୍ରୀ ଉପସ୍ଥିତ ଥିଲେ। ପ୍ରଥମେ ତାଙ୍କ ମରଶରୀରକୁ ଭୁବନେଶ୍ୱରସ୍ଥିତ କଂଗ୍ରେସ ଭବନ କୁ ନିଆଯିବ ଓ ଏହା ପରେ ରାୟଗଡ଼ା ଜିଲା କୋଲନରା ବ୍ଲକ ବାଙ୍କିଲି ସ୍ଥିତ ବାସଭନକୁ ନିଆଯିବାର ସୂଚନା ମିଳୁଛି।ତାଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଟୁଇଟ୍ ଯୋଗେ କହିଛନ୍ତି, ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଡମ୍ବରୁଧର ଉଲାକାଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନସେବାରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।ଦେହାନ୍ତ ବିଷୟରେ ଜାଣି ମାନ୍ୟବର ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା ଦୁଃଖ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି। ବରିଷ୍ଠ ଆଇନଜୀବୀ ଦିଲ୍ଲୀପ କୁମାର ପଟ୍ଟନାୟକ ମଧ୍ୟ ଶୋକ ପ୍ରକାଶ କରିବା ସହ ପରିବାରଙ୍କୁ ସମବେଦନା ଜଣାଇଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |