ଭୁବନେଶ୍ୱର,୧୫ା୫:୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅମିତ ଶାହା ବୁଧବାର ଦିନିକିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ସେହିପରି କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ବୁଧବାର ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ରାହୁଲ କଂଗ୍ରେସ ପ୍ରାର୍ଥୀଙ୍କ ସପକ୍ଷରେ ଭୋଟ ମାଗିବାକୁ ବଲାଙ୍ଗୀର ଆସିବେ। ଆଜି ସକାଳ ୯ଟାରେ ରାହୁଲ ନୂଆଦିଲ୍ଲୀରୁ ବାହାରି ସାଢ଼େ ୧୧ଟାରେ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବେ। ଝାରସୁଗୁଡ଼ାରୁ ଚପରରେ ସେ ବଲାଙ୍ଗୀର ଯିବେ। ରାହୁଲ ଗାନ୍ଧୀ ବଲାଙ୍ଗୀରର କୋଶଳ କଳମଣ୍ଡଳ ପଡ଼ିଆରେ ଆୟୋଜିତ ବିରାଟ ସମାବେଶରେ ଯୋଗଦେବେ। ଦିନ ୧୧ଟା ୪୫ରୁ ୧୨ଟା ୪୫ ମିନିଟ୍ ଯାଏ ବଲାଙ୍ଗୀରରେ ରାହୁଲଙ୍କ କାର୍ଯ୍ୟକ୍ରମ ରହିଛି। କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ ଆଜି ରାହୁଲ। ତା ପରେ ତାଙ୍କର ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି।ସେଠାରେ ସେ କଂଗ୍ରେସର ଲୋକ ସଭା ଓ ବିଧାନସଭା ପ୍ରାର୍ଥୀମାନଙ୍କ ପାଇଁ ପ୍ରଚାର କରିବେ। ରାହୁଲ ଦିନ ୧୧ଟା ୧୫ ମିନିଟ୍ରେ ବଲାଙ୍ଗୀରଠାରେ ପହଞ୍ଚି ସେଠାରୁ ଏକ ମୋଟର ସାଇକେଲ ରାଲି ଜରିଆରେ ଜନସଭାଠାରେ ପହଞ୍ଚି ଲୋକଙ୍କୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି। ରାହୁଲ ଗାନ୍ଧୀଙ୍କ ଗସ୍ତକୁ ନେଇ ବଲାଙ୍ଗୀର କଂଗ୍ରେସ ବିଧାୟକ ପ୍ରାର୍ଥୀ ସମରେନ୍ଦ୍ର ମିଶ୍ର ସୂଚନା ଦେଇଥିଲେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |