ଭୁବନେଶ୍ୱର,୧୬।୫: ରାତି ଅଧରେ ରାଜଧାନୀରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ଯାଇଛି । ମଞ୍ଚେଶ୍ୱର ଥାନା ପାଣ୍ଡରା ଛକ ନିକଟରେ ଏହି ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୫ଟି ଦୋକାନ ସମ୍ପୂର୍ଣ୍ଣ ଜଳିପୋଡ଼ି ପାଉଁଶ ହୋଇଯାଇଛି। ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଅନୁମାନ କରାଯାଉଛି। ଗୋଟିଏ ବାଇକ୍ ମଧ୍ୟ ନିଆଁର ଆଁରେ ଜଳି ପୋଡ଼ି ପାଉଁଶ ହୋଇଯାଇଛି |ଖବର ପାଇ ପୁଲିସ ଏବଂ ଅଗ୍ନିଶମ ବାହିନୀ ଦୁଇଟି ଟିମ୍ ପହଞ୍ଚି ନିଆଁକୁ ଆୟତ କରିବା ପାଇଁ ବେଶ୍ ପରିଶ୍ରମ କରିଥିଲେ । ଦୀର୍ଘ ସମୟର ପରିଶ୍ରମ ପରେ ନିଆଁକୁ ଆୟତ୍ତ କରାଯାଇଥିଲା । ତେବେ ଅଗ୍ନିକାଣ୍ଡର ପ୍ରକୃତ କାରଣ ଏବଂ ଏଥିରେ କେତେ ମାତ୍ରାରେ କ୍ଷୟକ୍ଷତି ହୋଇଛି ସେନେଇ କିଛି ସ୍ପଷ୍ଟ ଚିତ୍ର ସାମ୍ନାକୁ ଆସି ପାରୁନାହିଁ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |