ଖଲ୍ଲିକୋଟରେ ରାଜନୈତିକ ହିଂସା: ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ଜିଲ୍ଲାପାଳ ଏବଂ ଏସପିଙ୍କୁ ନିର୍ଦ୍ଦେଶ ଦେଲେ CEO

ଖଲ୍ଲିକୋଟ,୧୬ା୫:ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ବୁଧବାର ଦିନ ଗଞ୍ଜାମରେ ବିଜେଡି ଓ ଭାଜପା କର୍ମୀଙ୍କ ମଧ୍ୟରେ ହୋଇଥିବା ସଂଘର୍ଷରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ତିନିଜଣ ଗୁରୁତର ଆହତ ହୋଇଛନ୍ତି।ଖଲିକୋଟ ବ୍ଲକ ଅନ୍ତର୍ଗତ ଶ୍ରୀକୃଷ୍ଣସାନପୁର ଗ୍ରାମରେ ବ୍ୟାନର ଲଗାଇବାକୁ କେନ୍ଦ୍ରକରି ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ ହୋଇଥିବା କୁହାଯାଉଛି।ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ବୁଧବାର ଦିନ ଗଞ୍ଜାମରେ ବିଜେଡି ଓ ଭାଜପା କର୍ମୀଙ୍କ ମଧ୍ୟରେ ହୋଇଥିବା ସଂଘର୍ଷରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ତିନିଜଣ ଗୁରୁତର ଆହତ ହୋଇଛନ୍ତି। ଯେଉଁଥିରେ ଖଲ୍ଲିକୋଟର ଶ୍ରୀକୃଷ୍ଣଶରଣପୁର ହିଂସାକାଣ୍ଡ ଘଟଣାରେ ୮ ଜଣଙ୍କୁ ଗିରଫ କରାଯାଇଛି।ଖଲ୍ଲିକୋଟରେ ନିର୍ବାଚନୀ ହିଂସାକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ଗଞ୍ଜାମରେ ପ୍ରାକ୍ ନିର୍ବାଚନୀ ହିଂସା ରୋକିବାକୁ ଗଞ୍ଜାମ ଜିଲ୍ଲାପାଳ ଏବଂ ଏସପିଙ୍କୁ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ରାଜ୍ୟରେ ନିର୍ବାଚନୀ ହିଂସାକୁ ବରଦାସ୍ତ କରାଯିବନି ବୋଲି କହିଛନ୍ତି ସିଇଓ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!