ବାଲେଶ୍ୱର,୧୭।୫: ଫାଇନାନ୍ସ କମ୍ପାନୀ ଅଫିସରେ ନିଆଁ ଲାଗିବା ଘଟଣା ସାମ୍ନାକୁ ଆସିଛି । ଅନ୍ନପୂର୍ଣ୍ଣା ଫାଇନାନ୍ସ କମ୍ପାନୀ ଅଫିସରେ ଅଗ୍ନିକାଣ୍ଡ ଘଟିବା ଜଣାପଡିଛି । ଏହି ଅଫିସଟି ବାଲେଶ୍ୱରର ରେମୁଣା ଭୀମପୁର ଛକରେ ଅବସ୍ଥିତ । ସର୍ଟସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ବାହିନୀ କର୍ମଚାରୀ । ତେବେ ଏହି ଅଗ୍ନିକାଣ୍ଡରେ ଗୁରୁତ୍ୱପୂର୍ଣ୍ଣ କାଗଜ ପୋଡିଯାଇଛି ବୋଲି ସୂଚନା ମିଳିଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |