ଭୁବନେଶ୍ବର,,୧୭।୫: ଖଲ୍ଲିକୋଟ ହିଂସାକାଣ୍ଡ ଓ ହତ୍ୟାର ତଦନ୍ତ ପାଇଁ ଏସଆଇଟି ଗଠିତ ହେଲା। ଏସ୍ଆଇଟି ହତ୍ୟା ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବ। ସାଇଣ୍ଟିଫିକ୍, ଫୋରେନ୍ସିକ୍ ଓ ଡିଜିଟାଲ ତଥ୍ୟ ଆଧାରରେ ତଦନ୍ତ କରିବ।ମାମଲାରେ ଫେରାର ଥିବା ଅନ୍ୟ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବ। ଏସଆଇଟି ତଦନ୍ତ କରି ୩୦ ଦିନ ମଧ୍ୟରେ ଚାର୍ଜସିଟ୍ ଦାଖଲ କରିବ ବୋଲି ଜଣାଯାଇଛି। ଏଡିଜି ରାଧାକୃଷ୍ଣ ଶର୍ମା ଛତ୍ରପୁରରେ କ୍ୟାମ୍ପ ଅଫିସ୍ କରି ସେଠାକାର ଆଇନଶୃଙ୍ଖଳା ଉପରେ ଧ୍ୟାନ ଦେବେ ବୋଲି ଜଣାପଡ଼ିଛି।ଏହା ସହ ପ୍ରାକ ନିର୍ବାଚନ ହିଂସାକୁ ଦୃଷ୍ଟିରେ ରଖି ଅତିରିକ୍ତ ଆରକ୍ଷୀ ମହାନିର୍ଦେଶକ (ମୁଖ୍ୟାଳୟ) ରାଧା କିଶନ ଶର୍ମା, ଆଇପିଏସ୍ ଛତ୍ରପୁରରେ ଅବସ୍ଥାନ କରିବେ ଏବଂ ଗଞ୍ଜାମ ଜିଲାର ଆଇନ ଓ ଶୃଙ୍ଖଳା ପରିସ୍ଥିତିକୁ ତଦାରଖ କରିବେ। ସେ ୧୭ ମେ’ ଠାରୁ ମତଦାନ ଶେଷ ହେବା ପର୍ଯ୍ୟନ୍ତ ଛତ୍ରପୁରରେ ଅବସ୍ଥାନ କରି ଆଇନ ଓ ଶୃଙ୍ଖଳା ପରିସ୍ଥିତି ପ୍ରତି ସ୍ୱତନ୍ତ୍ର ନଜର ରଖିବେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |