ଭୁବନେଶ୍ୱର,୧୮।୫: ଆସନ୍ତା ୨୨ ତାରିଖରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି । ପରେ ଏହା ଉତ୍ତର-ପୂର୍ବ ଦିଗରେ ଗତି କରିବା ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ନେଇ ପୂର୍ବାନୁମାନ କରାଯାଇଛି ।୨୪ ତାରିଖ ବେଳକୁ ଏହା ଅବପାତର ରୂପ ନେଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ତେବେ ଏହି ବର୍ଷା ରାଜ୍ୟର ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ବାଧା ସୃଷ୍ଟି କରିବାର ସମ୍ଭାବନା ରହିଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |