ଭୁବନେଶ୍ୱର,୨୨।୫: ଆଜି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଏହା ଉତ୍ତରପୂର୍ବ ଦିଗରେ ଗତି କରି ଅଧିକ ଘନୀଭୂତ ହେବ । ପରେ ୨୪ ତାରିଖ ସକାଳେ ଡିପ୍ରେସନ ବା ଅବପାତର ରୂପ ନେବ। ପରବର୍ତ୍ତୀ ସମୟରେ ଏହା ଅଧିକ ତୀବ୍ର ହୋଇ ଉତ୍ତର-ପୂର୍ବ ଦିଗରେ ଗତି କରିବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ କେନ୍ଦ୍ର।ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ଓ ତତ୍ ସଂଲଗ୍ନ ଉତ୍ତର ତାମିଲନାଡୁ-ଦକ୍ଷିଣ ଆନ୍ଧ୍ର ପ୍ରଦେଶ ଉପକୂଳରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୫.୮ କିଲୋମିଟର ଯାଏ ବ୍ୟାପିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ କ୍ଷେତ୍ରଟି ଉତ୍ତରପୂର୍ବ ଦିଗରେ ଗତି କରିବ। ପରେ ଏହା ଅଧିକ ଘନୀଭୂତ ହୋଇ ୨୪ ତାରିଖ ସକାଳେ ଡିପ୍ରେସନ୍ ବା ଅବପାତର ରୂପ ନେବ। ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ଉତ୍ତର-ପୂର୍ବ ଦିଗରେ ଗତି କରିପାରେ। ଏହାର ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ଆଜିଠାରୁ ଦକ୍ଷିଣ ବଙ୍ଗୋପସାଗରରେ ଘଣ୍ଟାପ୍ରତି ୩୫ରୁ ୪୫ କିଲୋମିଟର ବେଗରେ ବହିବ ପବନ। ୨୪ ତାରିଖ ସକାଳ ବେଳକୁ ପବନର ବେଗ ସମୁଦ୍ରରେ ଅଧିକ ରହିବ।ଏହାକୁ ଦୃଷ୍ଟିରେ ରଖି ୨୩ ତାରିଖରୁ ସମୁଦ୍ର ମଧ୍ୟକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ଯେଉଁମାନେ ସମୁଦ୍ରରେ ଅଛନ୍ତି ଫେରି ଆସିବାକୁ ସତର୍କ କରାଯାଇଛି। ଆସନ୍ତା ୨୫ ତାରିଖ ସୁଦ୍ଧା ଉପକୂଳ ଓ ଉତ୍ତର ଓ କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ସହ ବିଜୁଳି ଘଡଘଡି ହୋଇପାରେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |